FeaturedGeneralLatest

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ମିଳିଲା ଅନ୍ତରୀଣ ଜାମିନ

ନୂଆଦିଲ୍ଲୀ (ସଂକେତ ଟିଭି): ଅବକାରୀ ନୀତି ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ସୁପ୍ରିମକୋର୍ଟ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି । ଇଡିର ଗିରଫଦାରୀକୁ ଚ୍ୟାଲେଞ୍ଜ କରି ଅରବିନ୍ଦ କେଜ୍ରିୱାଲ ସୁପ୍ରିମକୋର୍ଟ ଯାଇଥିଲେ। ଜଷ୍ଟିସ ସଞ୍ଜୀବ ଖାନ୍ନା ଏବଂ ଦୀପକାନ ଦତ୍ତାଙ୍କୁ ନେଇ ସୁପ୍ରିମକୋର୍ଟର ଦୁଇ ଜଣିଆ ଖଣ୍ଡପୀଠ ଆଜି ରାୟ ପ୍ରକାଶ କରିଛନ୍ତି । ଏଥିସହ ସୁପ୍ରିମକୋର୍ଟ ତାଙ୍କର ମାମଲାକୁ ଉପରିସ୍ଥ ଖଣ୍ଡପୀଠକୁ ହସ୍ତାନ୍ତର କରିଛନ୍ତି । ୩ ଜଣିଆ ଖଣ୍ଡପୀଠରେ ଏହି ମାମଲାର ଶୁଣାଣି ହେବ । ଏହି ମାମଲାରେ ପ୍ରଧାନ ବିଚାରପତି ୩ ଜଣ ବିଚାରପତିଙ୍କୁ ନିଯୁକ୍ତି ଦେବେ। ବୃହତ ଖଣ୍ଡପୀଠରେ ମାମଲାର ଶୁଣାଣି ନ ହେବା ପର୍ଯ୍ୟନ୍ତ କେଜ୍ରିୱାଲଙ୍କୁ ଅନ୍ତରୀଣ ଜାମିନ ପ୍ରଦାନ କରାଯାଇଛି ।

ହେଲେ ଜାମିନ ସତ୍ତ୍ବେ କେଜ୍ରିୱାଲ ଏବେ ଜେଲରୁ ମୁକୁଳିପାରିବେ ନାହିଁ । ଅବକାରୀ ନୀତି ଦୁର୍ନୀତି ମାମଲାରେ ସିବିଆଇ ଗିରଫ କରିଥିବାରୁ କେଜ୍ରିୱାଲ ଏବେ ତିହାର ଜେଲରେ ରହିବେ । ଏହି ମାମଲାରେ ଦିଲ୍ଲୀର ଏକ ଅଦାଲତ କେଜ୍ରିୱାଲଙ୍କ ବିଚାର ବିଭାଗୀୟ ହାଜତକୁ ଜୁଲାଇ ୨୫ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ତେଣୁ ଆଜି ସୁପ୍ରିମକୋର୍ଟରୁ ଜାମିନ ପାଇଥିଲେ ବି ସେ ଜେଲରେ ରହିବେ ।