FeaturedLatestNews

ଅଗ୍ନିଶମ ଓ ହୋମଗାର୍ଡ ଡିଆଇଜି ରାଜେଶ ପଣ୍ଡିତ ନିଲମ୍ବିତ

ଭୁବନେଶ୍ୱର (ସଂକେତ ଟିଭି): ଅଗ୍ନିଶମ ଓ ହୋମ ଗାର୍ଡ ବିଭାଗର ଡି.ଆଇ.ଜି ତଥା ବରିଷ୍ଠ ଆଇପିଏସ ଅଧିକାରୀ ପଣ୍ଡିତ ରାଜେଶ ଉତ୍ତମରାଓଙ୍କୁ ନିଲମ୍ବିତ କରାଯାଇଛି । ନିଜ କ୍ଷମତାର ଅପବ୍ୟବହାର କରି ପଦ ମର୍ଯ୍ୟାଦାର ସମ୍ମାନ ହାନି କରିଥିବାର ଅଭିଯୋଗ ମିଳିଥିଲା। ତାଙ୍କୁ ସସପେଣ୍ଡ କରାଯାଇଥିବା ନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି।

କ୍ୟାପିଟାଲ ଥାନା ଅଞ୍ଚଳରେ ମହିଳା ଇନ୍ସପେକ୍ଟର ଓ ତାଙ୍କ ସ୍ୱାମୀଙ୍କୁ ଅସଦାଚରଣ ଅଭିଯୋଗରେ ଆଇପିଏସ୍ ଅଫିସର ରାଜେଶ ପଣ୍ଡିତ ନିଲମ୍ବିତ ହୋଇଥିବା ଜଣାଯାଇଛି। ନିଲମ୍ବନ ପାଇଁ ରାଜ୍ୟ ଗୃହ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟପାଳ ରଘୁବର ଦାସ। ନିଲମ୍ବନ ନିର୍ଦ୍ଦେଶକୁ ତୁରନ୍ତ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାସହ ଆଇପିଏସ୍ ରାଜେଶ ପଣ୍ଡିତ୍ ଡିଜିଙ୍କ ବିନା ଅନୁମତିରେ ହେଡକ୍ୱାର୍ଟର ଛାଡ଼ି ପାରିବେନି ବୋଲି ମଧ୍ୟ କଡ଼ା ନିର୍ଦ୍ଦେଶ ରହିଛି ।

ନୀତି ଆୟୋଗର ବୈଠକରେ ଯୋଗ ଦେବା ପରେ ୪ ଦିନିଆ ଦିଲ୍ଲୀ ଗସ୍ତ ଶେଷ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗତକାଲି ସନ୍ଧ୍ୟାରେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିବା ପରେ ଘଟଣା ସମ୍ପର୍କରେ ଅବଗତ ହୋଇ ତୁରନ୍ତ ପଦକ୍ଷେପ ଗ୍ରହଣ କରିଛନ୍ତି । ବିଶୃଙ୍ଖଳିତ ବରିଷ୍ଠ ପୁଲିସ ଅଧିକାରୀଙ୍କୁ କାର୍ଯ୍ୟରୁ ତୁରନ୍ତ ନିଲମ୍ବନ କରିବା ସହିତ ବିହିତ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ପରେ ସଂପୃକ୍ତ ଅଧିକାରୀଙ୍କୁ ନିଲମ୍ବିତ କରାଯାଇଛି।