FeaturedLatestNews

ଲଘୁଚାପ ପ୍ରଭାବରେ ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର (ସଂକେତ ଟିଭି): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ୨୪ ଘଣ୍ଟାରେ ଏହା ଅବପାତର ରୂପ ନେବ। ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ସେପଟେ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ସହ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି ।

:ଆଜି ପାଇଁ ୫ ଜିଲ୍ଲା ସୁନ୍ଦରଗଡ଼, ଅନୁଗୋଳ, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱର୍ଣ୍ଣିଂ ଜାରି କରାଯାଇଛି । ଏଥିସହ ୧୭ ଜିଲ୍ଲା ଯେପରିକି ଝାରସୁଗୁଡ଼ା, ସମ୍ବଲପୁର,ବରଗଡ଼, ବଲାଙ୍ଗୀର, ନୂଆପଡ଼ା, ସୋନପୁର, ବୌଦ୍ଧ,କନ୍ଧମାଳ,ନୟାଗଡ଼,ଖୋର୍ଦ୍ଧା,କଟକ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା,ଭଦ୍ରକ, ଜଗତସିଂହପୁର ଓ ବାଲେଶ୍ଵର ରେ ପ୍ରବଳ ବର୍ଷା ସମ୍ଭାବନା ନେଇ ୟେଲୋ ୱର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଆସନ୍ତାକାଲି ପାଇଁ ୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ସେହିସବୁ ଜିଲ୍ଲା ଗୁଡ଼ିକ ହେଲା ଝାରସୁଗୁଡ଼ା, ସମ୍ବଲପୁର,ବରଗଡ଼,ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ।

ଆଜି ସକାଳେ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଏବଂ ଝାଡ଼ଖଣ୍ଡ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଝାଡଖଣ୍ଡ ଉପରେ ଲଘୁଚାପ କ୍ଷେତ୍ର ରହିଥିବାବେଳେ ଏହା ଉତ୍ତର, ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବ। ପରେ ଅଧିକ ଘନୀଭୂତ ହୋଇ ଆଗାମୀ ୨୪ ଘଣ୍ଟାରେ ଅବପାତର ରୂପ ନେବ ।