ରେପୋ ରେଟକୁ ୬.୫ ପ୍ରତିଶତରେ ଅପରିବର୍ତ୍ତିତ ରଖିଲା ଆର୍ବିଆଇ
ନୂଆଦିଲ୍ଲୀ (ସଂକେତ ଟିଭି): ଭାରତୀୟ ରିଜର୍ଭ ବ୍ୟାଙ୍କ ପୁଣି ଥରେ ରେପୋ ରେଟ୍ (ସୁଧ ହାର) ଅପରିବର୍ତ୍ତିତ ରଖିଛନ୍ତି। ବଜେଟ୍ ୨୦୨୪ ଆସିବା ପରେ ଅନୁଷ୍ଠିତ ହୋଇଥିବା ପ୍ରଥମ ମୁଦ୍ରା ନୀତି କମିଟି ବୈଠକରେ ଆରବିଆଇ ଏହି ନିଷ୍ପତ୍ତି ନେଇଥିବା ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଘୋଷଣା କରିଛନ୍ତି।
ଯେଉଁ ହାରରେ ଆରବିଆଇ ଦ୍ୱାରା ବ୍ୟାଙ୍କଗୁଡ଼ିକୁ ଲୋନ୍ ଦିଆଯାଏ ସେହି ହାରକୁ ରେପୋ ରେଟ୍ କୁହାଯାଏ । ରେପୋ ରେଟ୍ ବଢିଲେ ବ୍ୟାଙ୍କଗୁଡିକ ଆରବିଆଇରୁ ଅଧିକ ସୁଧ ହାରରେ ଋଣ ପାଇବେ। ଏହା ଦ୍ବାରା ବ୍ୟାଙ୍କରୁ ଲୋକ ନେଇଥିବା ହୋମ୍ ଲୋନ୍, କାର୍ ଲୋନ୍ ଏବଂ ପର୍ସନାଲ ଲୋନ୍ ଉପରେ ସୁଧ ହାର ବୃଦ୍ଧି ପାଇବ। ଯାହା ଆପଣଙ୍କର EMI ଉପରେ ସିଧାସଳଖ ପ୍ରଭାବ ପକାଇବ।
ଦେଶରେ ଦରଦାମ ହାର ଏବେ ମଧ୍ୟ ଆରବିଆଇ ଦ୍ୱାରା ଧାର୍ଯ୍ୟ ୨-୬% ମଧ୍ୟରେ ରହିଛି। ଗତ ଜୁନ ମାସରେ ଖୁଚୁରା ମହଙ୍ଗା ହାର ଚାରି ମାସରେ ସର୍ବାଧିକ ଉଚ୍ଚସ୍ତର ୫.୦୮ ପ୍ରତିଶତରେ ରହିଥିଲା। ତେଣୁ ଯେ ପର୍ଯ୍ୟନ୍ତ ମହଙ୍ଗା ହାର ତାଳକୁ ଖସି ନାହିଁ ସେ ପର୍ଯ୍ୟନ୍ତ ରେପୋ ରେଟ୍ ଖସିବାର କୌଣସି ସମ୍ଭାବନା ନାହିଁ।