ସ୍ବାଧୀନତା ସଂଗ୍ରାମୀଙ୍କ ପରିବାରକୁ ମିଳିବ ଭତ୍ତା, ମୁଖ୍ୟମନ୍ତ୍ରୀ କଲେ ଘୋଷଣା
ଭୁବନେଶ୍ୱର (ସଂକେତ ଟିଭି): କୁଟୁମ୍ବ ଯୋଜନାରେ ଓଡିଶାର ସ୍ବାଧୀନତା ସଂଗ୍ରାମୀଙ୍କ ପରିବାରକୁ ଭତ୍ତା ଦିଆଯିବ। କ୍ରାନ୍ତି ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ବଡ଼ ଘୋଷଣା କରିଛନ୍ତି।
ସେ କହିଛନ୍ତି ଏନେଇ ଖୁବ୍ ଶୀଘ୍ର ସ୍ବାଧୀନତା ସଂଗ୍ରାମୀଙ୍କ ପରିବାରକୁ ଚିହ୍ନଟ କରାଯିବ। ଶହୀଦ ସ୍ମାରକୀ ସ୍ବାଧୀନତା ସଂଗ୍ରାମୀ ସଦନଠାରେ ରାଜ୍ୟ ସ୍ବାଧୀନତା ସଂଗ୍ରାମୀ ସମିତି ପକ୍ଷରୁ ଆୟୋଜିତ କ୍ରାନ୍ତି ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ଏହି ଘୋଷଣା କରିଛନ୍ତି।