LatestNews

ଆଳୁ ସମସ୍ୟା ନେଇ ମମତାଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର (ସଂକେତ ଟିଭି): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆଳୁ ସମସ୍ୟା ନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ ଶନିବାର ଫୋନ୍‌ରେ କଥା ହୋଇଛନ୍ତି। ଓଡ଼ିଶାକୁ ଆଳୁ ଯୋଗାଣ ସ୍ବାଭାବିକ କରିବାକୁ ମୁଖ୍ୟମନ୍ତ୍ରୀ ମମତାଙ୍କୁ ଅନୁରୋଧ କରିଛନ୍ତି। ତେବେ ଦିଦି ମୋହନଙ୍କ କଥା ରଖିଛନ୍ତି। ସେ ପଦକ୍ଷେପ ନେବାକୁ ପ୍ରତିଶ୍ରୁତି ଦେଇଥିବା ଜଣାପଡ଼ିଛି।

ମୁଖ୍ୟମନ୍ତ୍ରୀ କହିଲେ, ଦିଲ୍ଲୀରେ ଆପଣଙ୍କ ସହ ଆଲୋଚନା ହେବା ପରେ ଓଡ଼ିଶାକୁ ଆଳୁ ଯୋଗାଣ ସ୍ଵାଭାବିକ ହୋଇଥିଲା । ମାତ୍ର କିଛିଦିନ ପରେ ପୁଣି ଆଳୁ ଯୋଗାଣରେ ସମସ୍ୟା ସୃଷ୍ଟି ହୋଇଛି। ତେଣୁ ଏଥି ପ୍ରତି ଧ୍ୟାନ ଦେଇ ସମସ୍ୟା ଦୂର କରିବାକୁ ପଦକ୍ଷେପ ନେବା ପାଇଁ ଅନୁରୋଧ।