ପରଲୋକରେ ବରଗଡ଼ ଧନୁଯାତ୍ରାର ପୂର୍ବତନ କଂସ ମହାରାଜା ଗୋପାଳ ସାହୁ
ବରଗଡ଼ (ସଂକେତ ଟିଭି): ବିଶ୍ଵପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାର ପୂର୍ବତନ କଂସ ମହାରାଜା ଗୋପାଳ ସାହୁ (ଏଲି)ଙ୍କ ୭୦ ବର୍ଷ ବୟସରେ ପରଲୋକ ଘଟିଛି। ସେ କିଛି ଦିନ ହେବ ମଧୁମେହ ରୋଗରେ ପୀଡ଼ିତ ହୋଇ ଝାରସୁଗୁଡାଠାରେ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ।
ସେ ୨୩ ବର୍ଷ ଧରି ଧନୁଯାତ୍ରାରେ କଂସ ଭୂମିକାରେ ଅଭିନୟ କରିଥିଲେ। ୧୯୮୪ ମସିହାରୁ ୨୦୦୮ ପର୍ଯ୍ୟନ୍ତ ଦୁଇଟି ପର୍ଯ୍ୟାୟରେ ସେ ୨୩ ଥର ଅଭିନୟ କରିବାର ସୁଯୋଗ ପାଇଥିଲେ। ପେଶାରେ ସେ ଜଣେ ପୋଲିସ ଅଧିକାରୀ ଥିଲେ। ହେଲେ ନିଶା ତାଙ୍କର ଥିଲା ଅଭିନୟ। ବଲାଙ୍ଗୀର ଜିଲ୍ଲାରେ ଜନ୍ମିତ ଗୋପାଳ ସାହୁ ବରଗଡ଼ ଧନୁଯାତ୍ରାର ସପ୍ତମ କଂସ ଭାବରେ ଅଭିନୟ କରି ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି। ତାଙ୍କର ବିୟୋଗରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଟ୍ବିଟ୍ କରି ଗଭୀର ଶୋକବ୍ୟକ୍ତ କରିଛନ୍ତି । ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ଦିବଙ୍ଗତ ଆତ୍ମାର ସଦଗତି କାମନା କରିଛନ୍ତି ।