FeaturedLatestNews

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ,  ଆସନ୍ତା ୨୪ ଘଣ୍ଟାରେ ନେଇପାରେ ଲଘୁଚାପର ରୂପ 

ଭୁବନେଶ୍ବର (ସଂକେତ ଟିଭି): ବାଂଲାଦେଶ ଓ ପଶ୍ଚିମବଙ୍ଗ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଆସନ୍ତା ୨୪ ଘଣ୍ଟାରେ ନେଇପାରେ ଏହା ଲଘୁଚାପର ରୂପ ନେଇପାରେ । ଏହା ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଆଶଙ୍କା ଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

କେନ୍ଦ୍ର ପକ୍ଷରୁ ଜାରି ବୁଲେଟିନ୍‌‌ ଅନୁସାରେ, ଗୁରୁବାର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର ଓ ଝାରସୁଗୁଡ଼ାର କିଛି ଅଞ୍ଚଳରେ ବର୍ଷାର ପ୍ରଭାବ ଅଧିକ ରହିବ ବୋଲି ଦର୍ଶାଯାଇଛି। ସେହିପରି ୧୬ ଓ ୧୭ ତାରିଖରେ ମଧ୍ୟ ସମାନ ସ୍ଥିତି ନେଇ ପାଣିପାଗ କେନ୍ଦ୍ର କହିଛି।

୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆଶଙ୍କା ରହିଛି । ଆଜି ପାଇଁ ୨୨ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ୧୬ ଜିଲ୍ଲାରେ ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲି ୧୨ ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ୭ ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।