FeaturedLatestNews

ଉତ୍ତର ପ୍ରଦେଶରୁ ଟ୍ରେନରେ ଆସିବ ଆଳୁ: ଯୋଗାଣ ମନ୍ତ୍ରୀ

ଭୁବନେଶ୍ବର (ସଂକେତ ଟିଭି): ରାଜ୍ୟରେ ଆଳୁ ଅଭାବ ଦୂର କରିବାକୁ ସରକାର ଏକ ବଡ଼ ପଦକ୍ଷେପ ନେବେ ବୋଲି ସୂଚନା ମିଳିଛି । ଟ୍ରେନ୍ ମାଧ୍ୟମରେ ଉତ୍ତରପ୍ରଦେଶରୁ ରାଜ୍ୟକୁ ଆଳୁ ଆସିବ ବୋଲି କହିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ୨ଟି ଟ୍ରେନ୍‌ରେ ଆଳୁ ଆଣିବାକୁ ରାଜ୍ୟ ସରକାର ଯୋଜନା କରୁଛନ୍ତି ଏବଂ ଏ ସମ୍ପର୍କରେ ରେଳମନ୍ତ୍ରୀ ଅଶ୍ୱୀନ ବୈଷ୍ଣବଙ୍କ ସହ ଯୋଗାଯୋଗ ଚାଲିଛି ବୋଲି ମନ୍ତ୍ରୀ କହିଛନ୍ତି । ପୂର୍ବରୁ ଟ୍ରକରେ ୟୁପିରୁ ଆଳୁ ଆସୁଥିଲା। ହେଲେ ଏବେ ଟ୍ରେନରେ ଆଳୁ ଆଣିବାକୁ ଯୋଜନା କରାଯାଉଛି।