HealthLatestNews

ବିଷାକ୍ତ ମଦ ପିଇ ୨୦ରୁ ଉର୍ଦ୍ଧ୍ୱ ଅସୁସ୍ଥ

ବ୍ରହ୍ମପୁର (ସଂକେତ ଟିଭି): ଗଞ୍ଜାମ ଜିଲ୍ଲା ଚିକିଟି ଏନ୍‌ଏସି ଅନ୍ତର୍ଗତ ଜେନାପୁର ଓ କରବାଲୁଆ ଗ୍ରାମରେ ବିଷାକ୍ତ ମଦ ପିଇ ୨୦ରୁ ଉର୍ଦ୍ଧ୍ୱ ଅସୁସ୍ଥ ହୋଇଛନ୍ତି । ଗୁରୁତର ଅବସ୍ଥାରେ ୪ଜଣଙ୍କୁ ବ୍ରହ୍ମପୁର ଏମକେସିଜି ମେଡ଼ିକାଲରେ ଭର୍ତ୍ତି କରାଯାଇଛି ।

ବିଷାକ୍ତ ମଦ୍ୟପାନ କରିବା ପରେ ଗତକାଲି (ସୋମବାର) ସନ୍ଧ୍ୟାରେ ସମସ୍ତ ଅସୁସ୍ଥ ହୋଇପଡ଼ିବା ସହ ସେମାନଙ୍କୁ ଝାଡ଼ାବାନ୍ତି ହୋଇଥିଲା । ଏହାସହ ମୁଣ୍ଡ ବୁଲାଇଥିଲା ଓ ପେଟରେ ପ୍ରବଳ ଯନ୍ତ୍ରଣା ହୋଇଥିଲା । ହସପିଟାଲରେ ଭର୍ତ୍ତି ସମସ୍ତଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଛି । ୨ ଜଣଙ୍କର ଅବସ୍ଥା ଗୁରୁତର ଥିବା ବେଳେ, ଅନ୍ୟମାନଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ମେଡିକାଲ ପକ୍ଷରୁ ସୂଚନା ଦିଆଯାଇଛି

ଏହି ଘଟଣା ପରେ ଗଞ୍ଜାମ ଜିଲ୍ଲା ପ୍ରଶାସନ, ଅବକାରୀ ବିଭାଗ ଓ ପୋଲିସ ବିଭାଗ ପକ୍ଷରୁ ଚଢ଼ାଉ କଡାକଡି ଜାରି ରହିଛି । ସମସ୍ତ ଅସୁସ୍ଥଙ୍କ ଚିକିତ୍ସା ଜାରି ରହିଥିବା ବେଳେ ଚିକିଟି ବିଧାୟକ ମନୋରଞ୍ଜନ ଦ୍ୟାନ ସାମନ୍ତରାୟ ବ୍ରହ୍ମପୁର ଏମ୍.କେ.ସି.ଜି ମେଡିକାଲରେ ପହଞ୍ଚି ଅସୁସ୍ଥଙ୍କ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଥିଲେ।