କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ଦିଲ୍ଲୀ ଏମ୍ସରେ ଭର୍ତ୍ତି
ଭୁବନେଶ୍ବର (ସଂକେତ ଟିଭି): କେନ୍ଦ୍ର ଆଦିବାସୀ ବ୍ୟାପର ମନ୍ତ୍ରୀ ଜୁଏଲ ଓରାମ ଗୁରୁତର ଅସୁସ୍ଥ ହେବାରୁ ତାଙ୍କୁ ସୋମବାର ବିଳମ୍ବିତ ରାତିରେ ଦିଲ୍ଲୀ ଏମ୍ସର ନ୍ୟୁ-ପ୍ରାଇଭେଟ ଓ୍ବାର୍ଡରେ ଓରାମଙ୍କୁ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି । ତାଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର ରହିଛି । ଏକ ସ୍ବତନ୍ତ୍ର ଡାକ୍ତରୀ ଟିମ ତାଙ୍କ ଚିକିତ୍ସାରେ ନିୟୋଜିତ ହୋଇଛନ୍ତି । ଛାତି ରୋଗ ବିଭାଗର ମୁଖ୍ୟ ଡାକ୍ତର ଅନନ୍ତ ମୋହନଙ୍କ ତତ୍ତ୍ୱାବଧାନରେ ସେ ଚିକିତ୍ସିତ ହେଉଛନ୍ତି।
ଜୁଏଲ ଡେଙ୍ଗୁରେ ଆକ୍ରାନ୍ତ ହୋଇ ସୁସ୍ଥ ହୋଇଥିଲେ । ତେବେ ପୁଣି ଥରେ ଜୁଏଲଙ୍କର ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି । ଡେଙ୍ଗୁରେ ଆକ୍ରାନ୍ତ ହୋଇ ଗତ ଶନିବାର ଜୁଏଲଙ୍କ ପତ୍ନୀ ଝିଙ୍ଗିଆ ଓରାମଙ୍କ ଦେହାନ୍ତ ହୋଇଥିଲା ।