ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୩ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା
ଭୁବନେଶ୍ୱର(ସଂକେତ ଟିଭି): ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ସେହିପରି ଉତ୍ତର-ପଶ୍ଚିମବଙ୍ଗରେ ଲଘୁଚାପ ସକ୍ରିୟ ରହିଛି । ଏହାର ପ୍ରଭାବରେ ୩ଦିନ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବ। ଏନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି।
ପରବର୍ତ୍ତୀ ୪୮ ଘଣ୍ଟାରେ ଘନିଭୂତ ହୋଇ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ବିଭିନ୍ନ ଜିଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ନେଇ SRC ସତର୍କ ସୂଚନା ଜାରି କରିଛନ୍ତି। ରାଜ୍ୟରେ ଆଗାମୀ ୩ ଦିନ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ସୂଚନା ରହିଛି। କାଲି ପର୍ଯ୍ୟନ୍ତ ୮ ଜିଲାକୁ ଅରେଞ୍ଜ ଓ ୧୮ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢ଼େଙ୍କାନାଳକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବାବେଳେ କଟକ, ଜଗତସିଂହପୁର, ଯାଜପୁର ଓ କେନ୍ଦ୍ରାପଡ଼ାକୁ ଅରେଞ୍ଜ ୱାର୍ଣ୍ଣିଂ କରାଯାଇଛି। ଅରେଞ୍ଜ ୱାର୍ଣ୍ଣିଂ ଥିବା ଜିଲାରେ ୭ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି। ୨୭ ଏବଂ ୨୮ ତାରିଖରେ ବର୍ଷା କମିବା ସହ ୨୯ ତାରିଖରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।