ସେପ୍ଟେମ୍ବର ୧୭ରେ ଓଡ଼ିଶା ଆସିବେ ମୋଦି
ଭୁବନେଶ୍ୱର (ସଂକେତ ଟିଭି): ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବାକୁ ସେପ୍ଟେମ୍ବର ୧୭ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଆସିବା କାର୍ଯ୍ୟକ୍ରମ ରହିଛି। ଏ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପୁରୀରୁ ସୂଚନା ଦେଇଛନ୍ତି। ମୋଦି ତାଙ୍କ ଜନ୍ମଦିନ ସେପ୍ଟେମ୍ବର ୧୭ରେ ଓଡ଼ିଶା ଆସିବେ। ସେହି ଦିନ ପ୍ରଧାନମନ୍ତ୍ରୀ ଓଡ଼ିଶାରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ।
ଧର୍ମେନ୍ଦ୍ର କହିଛନ୍ତି ଯେ କହିଛନ୍ତି, ଓଡ଼ିଶାର ମୁଖ୍ୟ ମୋହନ ଚରଣ ମାଝୀ ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣ ରକ୍ଷା କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଆସିବେ। ସୂଚନା ଅନୁସାରେ ସୁଭଦ୍ରା ଯୋଜନାରେ ମହିଳା ମାନଙ୍କୁ ୫୦ ହଜାର ଟଙ୍କା ପ୍ରଦାନ କରିବାକୁ ପ୍ରତିଶ୍ରୁତି ଦେଇ ରାଜ୍ୟରେ କ୍ଷମତାକୁ ଆସିଥିବା ବିଜେପି ସରକାର ଏହି ଯୋଜନାର ଏସଓପି ଆଣିଛନ୍ତି। ଏହି ଯୋଜନା ଅଧୀନରେ ୨୧ରୁ ୬୦ ବର୍ଷର ମହିଳାଙ୍କୁ ଆର୍ଥିକ ସହାୟତା ମିଳିବ। ପ୍ରତିବର୍ଷ ରାକ୍ଷୀ ପୂର୍ଣ୍ଣିମା ଓ ମହିଳା ଦିବସରେ ଏହି ଟଙ୍କା ପ୍ରଦାନ କରାଯିବ। ଆସନ୍ତା ୫ ବର୍ଷ ପର୍ଯ୍ୟନ୍ତ ଏହି ସହାୟତା ରାଶି ମିଳିବ। ଏହି ଯୋଜନାରେ ରାଜ୍ୟର ୧ କୋଟିରୁ ଅଧିକ ମହିଳା ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।