CulturalLatestNews

ନୂଆଖାଇ ପାଇଁ ସେପ୍ଟେମ୍ବର ୯ରେ ଛୁଟି ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ୱର (ସଂକେତ ଟିଭି): ପଶ୍ଚିମ ଓଡ଼ିଶାର ଗଣପର୍ବ ‘ନୂଆଖାଇ’ ଆସନ୍ତା ସେପ୍ଟେମ୍ବର ୮ ତାରିଖରେ ପାଳନ ହେବ। ଏହି ଦିନ ରବିବାର ପଡୁଥିବାରୁ ସେପ୍ଟେମ୍ବର ୯ ତାରିଖ ଦିନ (ସୋମବାର) ସରକାରୀ ଛୁଟି ରହିବ। ଫଳରେ ସରକାରୀ କାର୍ଯ୍ୟାଳୟ, ସ୍କୁଲ, କଲେଜ, ବିଶ୍ବବିଦ୍ୟାଳୟ ଓ ମାଜିଷ୍ଟ୍ରିଆଲ କୋର୍ଟ ବନ୍ଦ ରହିବ। ରାଜ୍ୟ ସରକାର ଆସନ୍ତା ୯ ତାରିଖକୁ ସରକାରୀ ଛୁଟି ଘୋଷଣା ‌କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି ସୂଚନା ଦେଇଛନ୍ତି ।

ଭାଦ୍ରବ ଶୁକ୍ଲପକ୍ଷ ପଂଚମୀ ତିଥିରେ ଚଳିତ ବର୍ଷ ନୂଆଖାଇ ପର୍ବ ପାଳନ ହେବା ନେଇ ସମ୍ବଲପୁରର ବ୍ରହ୍ମପୁରା ପଣ୍ଡିତ ମହାସଭାରେ ଲଗ୍ନ ନିର୍ଦ୍ଧିାରିତ ହୋଇଛି। ପଣ୍ଡିତ ମହାସଭାରେ ନିର୍ଦ୍ଧାରିତ ହୋଇଥିବା ଲଗ୍ନ ଅନୁସାରେ ଆସନ୍ତା ସେପ୍ଟେମ୍ବର ମାସ ୮ ତାରିଖ ପୂର୍ବାହ୍‌ଣ ୯ଟା ୧୨ରୁ ୯ଟା ୨୭ ମଧ୍ୟରେ ମା’ ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗିବ।