ଖାଲି ପଡିଛି ୫ ତହସିଲଦାର ଓ ୨୧୭ ଅତିରିକ୍ତ ତହସିଲଦାର ପଦ
ଭୁବନେଶ୍ୱର (ସଂକେତ ଟିଭି): ରାଜ୍ୟରେ ସମୁଦାୟ ୫ ତହସିଲଦାର ଓ ୨୧୭ ଅତିରିକ୍ତ ତହସିଲଦାର ପଦ ଖାଲି ପଡିଛି। ବିଧାନସଭାର ପ୍ରଶ୍ନକାଳରେ ବିଭିନ୍ନ ବିଭାଗର ପ୍ରଶ୍ନର ଉତ୍ତର ରଖି ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ଏହା କହିଛନ୍ତି ।
ସୁରେଶ ପୂଜାରୀ କହିଛନ୍ତି ଯେ ରାଜ୍ୟରେ ୩୧୭ ଟି ତହସିଲ ଅଫିସ ଅଛି। ରାଜ୍ୟରେ ୪୪୬ ମଞ୍ଜୁରୀପ୍ରାପ୍ତ ଅତିରିକ୍ତ ତହସିଲଦାର ପଦବୀ ଅଛି. ସେହିପରି ୭୮୯ ଆରଆଇ, ୧୩୮୫ ଏଆରଆଇ ଓ ୧୧୬୯ ଅମିନ ପଦ ଖାଲି ପଡିଛି। ସମୁଦାୟ ୫ ତହସିଲଦାର ଓ ୨୧୭ ଅତିରିକ୍ତ ତହସିଲଦାର ପଦ ଖାଲି ପଡିଛି। ଏହି ସବୁ ପଦବୀ ପୂରଣ କରିବାକୁ ଓଏସଏସଏସସିକୁ ନିର୍ଦ୍ଦେଶ ଦିଆଯାଇଛି। ସବୁ ପଦବୀ ଚୟନ ଓ ପଦୋନ୍ନତି ଜରିଆରେ ପୂରଣ କରାଯିବ।