LatestNews

ନୂଆ-ଓ’ ଯୋଜନାକୁ ବନ୍ଦ କଲେ ରାଜ୍ୟ ସରକାର

ଭୁବନେଶ୍ୱର (ସଂକେତ ଟିଭି): ରାଜ୍ୟ ସରକାର ନୂଆ ‘ଓ’ ଛାତ୍ରବୃତ୍ତିକୁ ବନ୍ଦ କରିଛନ୍ତି । ଏନେଇ ବଜେଟରେ କିଛି ପ୍ରାବଧାନ ନାହିଁ। ଏ ନେଇ ଗୃହରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୂଚନା ଦେଇଛନ୍ତି। କିନ୍ତୁ ଅଭାବରେ ପଡି ଉଚ୍ଚଶିକ୍ଷାରୁ ବଞ୍ଚିତ ହେଉଥିବା ପିଲାଙ୍କ ଭବିଷ୍ୟତ ପାଇଁ ଆର୍ଥିକ ସହାୟତା ଫାଇନାନ୍‌ସିଆଲ ଆସିଷ୍ଟାନ୍ସ ଟୁ ୟୁଜି ଆଣ୍ଡ ପିଜି ଷ୍ଟୁଡେଣ୍ଟ କାର୍ଯ୍ୟକ୍ରମ ଆରମ୍ଭ ହେବ। ଯାହାର ନିର୍ଦ୍ଦେଶାବଳୀ ପ୍ରସ୍ତୁତି କାର୍ଯ୍ୟ ଚାଲୁ ରହିଛି। ଚଳିତ ବର୍ଷଠାରୁ ‘ନୂଆ-ଓ’ ଛାତ୍ରବୃତ୍ତି ଯୋଜନାର ବଜେଟ ସଂକ୍ରାନ୍ତୀୟ ପ୍ରାବଧାନ ନାହିଁ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସ୍ପଷ୍ଟ କରିଛନ୍ତି ।

ସୂଚନା ଅନୁଯାୟୀ, ପୂର୍ବ ସରକାର ଯୁକ୍ତ ତିନି ଓ ପିଜି ଛାତ୍ରଛାତ୍ରୀଙ୍କୁ ନୂଆ ‘ଓ ଛାତ୍ରବୃତ୍ତି ପ୍ରଦାନ ନେଇ ଘୋଷଣା କରିଥିଲେ। ଏହି ଯୋଜନାରେ ଛାତ୍ରୀମାନଙ୍କୁ ୧୦ ହଜାର ଓ ଛାତ୍ରମାନଙ୍କୁ ୯ ହଜାର ଟଙ୍କା ଛାତ୍ରବୃତ୍ତି ପ୍ରଦାନ କରାଯାଇଥିଲା। ପାଖାପାଖି ସାଢେ ୪ ଲକ୍ଷ ଛାତ୍ରଛାତ୍ରୀ ଏହି ନୂଆ-ଓ ଛାତ୍ରବୃତ୍ତି ପାଇଥିଲେ । ସେହିଭଳି ୩୫ ହଜାର ପିଜି ଛାତ୍ରଛାତ୍ରୀ ମଧ୍ୟ ଏହି ବୃତ୍ତି ପାଇଥିଲେ । ଏହି ଛାତ୍ରବୃତ୍ତି ଟଙ୍କା ସିଧାସଳଖ ଛାତ୍ରଛାତ୍ରୀଙ୍କ ଆକାଉଣ୍ଟରେ ପ୍ରଦାନ କରାଯଯାଉଥିଲା । ସବୁ ଛାତ୍ରଛାତ୍ରୀଙ୍କୁ ଛାତ୍ରବୃତ୍ତି ଦେବାରେ ଦେଶରେ ଓଡ଼ିଶା ଥିଲା ପ୍ରଥମ ରାଜ୍ୟ । ପୂର୍ବ ରାଜ୍ୟ ସରକାର ନୂଆ-ଓ କାର୍ଯ୍ୟକ୍ରମ ପାଇଁ ୩୦୦ କୋଟି ଟଙ୍କାର କର୍ପସ ଫଣ୍ଡ ରଖିଥିଲେ।