ପଶ୍ଚିମ ଓଡିଶାରେ ହାଇକୋର୍ଟ ବେଞ୍ଚ ପ୍ରସଙ୍ଗକୁ ନେଇ ୟୁ ଟର୍ଣ୍ଣ ମାରିଲେ ସରକାର
ଭୁବନେଶ୍ୱର (ସଂକେତ ଟିଭି): ପଶ୍ଚିମ ଓଡିଶାରେ ହାଇକୋର୍ଟ ବେଞ୍ଚ ପ୍ରସଙ୍ଗରେ ସରକାର ୟୁ ଟର୍ଣ୍ଣ ମାରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏନେଇ ଆଜି କହିଛନ୍ତି ଯେ ହାଇକୋର୍ଟ ବେଞ୍ଚ ପ୍ରସ୍ତାବ ବିଚାରାଧୀନ ଅଛି। ନ୍ୟାୟ ପ୍ରଦାନ ପାଇଁ ରାଜ୍ୟ ସରକାର ବଦ୍ଧପରିକର।
ବିଜେଡି ବିଧାୟକ କଳିକେଶ ସିଂହଦେଓଙ୍କ ପ୍ରଶ୍ନରେ ଲିଖିତ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉତ୍ତର ରଖି ଗତକାଲି କହିଥିଲେ ସୁପ୍ରିମକୋର୍ଟଙ୍କ ରାୟ ଅନୁସାରେ ରାଜ୍ୟର କୌଣସି ସ୍ଥାନରେ ବେଞ୍ଚ ପ୍ରତିଷ୍ଠାର ଯଥାର୍ଥତା ନାହିଁ। ଏହାକୁ ଜୋରଦାର ବିରୋଧ ହୋଇଥିଲା। ଏପରିକି ପଶ୍ଚିମ ଓଡ଼ିଶାରେ ଅସନ୍ତୋଷର ନିଆଁ ତେଜିଥିଲା। କାରଣ ବିରୋଧୀ ଦଳ ଆସନରେ ବିଜେପି ଥିବା ବେଳେ ହାଇକୋର୍ଟ ବେଞ୍ଚ ସପକ୍ଷରେ ଥିଲା । କିନ୍ତୁ ସରକାରକୁ ଆସିବା ପରେ ଆଭିମୁଖ୍ୟରେ କାହିଁକି ପରିବର୍ତ୍ତନ ବୋଲି ପ୍ରଶ୍ନ ଉଠିଥିଲା। ଏପରିକି ବିଜେଡି ମଧ୍ଯ ମୁଖ୍ୟମନ୍ତ୍ରୀଙ୍କୁ କଟାକ୍ଷ କରିଥିଲା।