FeaturedLatestNews

ରାଜ୍ୟରେ ନିର୍ମାଣ ହେବ ୨ ଶହ ଗୋଶାଳା

ଭୁବନେଶ୍ୱର (ସଂକେତ ଟିଭି): ରାଜ୍ୟ ସରକାର ରାଜ୍ୟରେ ଦୁଇ ଶହ ଗୋଶାଳା ନିର୍ମାଣ କରିବେ। ଗୃହରେ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଏନେଇ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଗୋମାତାଙ୍କ ସୁରକ୍ଷା ପାଇଁ ୨ ଶହ ଗୋଶାଳା ହେବ। ଗୋଶାଳାକୁ ପ୍ରୋତ୍ସାହନ ପାଇଁ ସରକାର ଋଣ ଦେଉଛନ୍ତି। ୯୦% ଋଣ ଛାଡ଼ ବ୍ୟବସ୍ଥା ରହିଛି। ଗୋଖାଦ୍ୟ ପାଇଁ ଦୈନିକ ୫୪ ଟଙ୍କା ମିଳିବ। ଏଥିସହ ଗୋଶାଳା କରିବାକୁ ସବୁ ବିଧାୟକଙ୍କୁ ମନ୍ତ୍ରୀ ଅପିଲ କରିଛନ୍ତି।