ଲଘୁଚାପ ପ୍ରଭାବରେ ଉତ୍ତର ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ବର (ସଂକେତ ଟିଭି): ଘୁର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣପୂର୍ବ ବାଂଲାଦେଶ ଏବଂ ଏହାର ନିକଟବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଦକ୍ଷିଣ ପୂର୍ବ ବାଂଲାଦେଶ ଏହାର ଆଖପାଖରେ କେନ୍ଦ୍ରୀଭୂତ ହୋଇଛି। ଏହା ପଶ୍ଚିମ-ଉତ୍ତର ଦିଗରୁ ଦକ୍ଷିଣ-ଉତ୍ତର-ଦକ୍ଷିଣ ଦିଗରେ ଅଗ୍ରସର ହେବା ସହିତ ଅବପାତରେ ପରିଣତ ହୋଇ ଶୁକ୍ରବାର ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପକୂଳକୁ ଛୁଇଁବ। ଏହା ପ୍ରଭାବରେ ଉତ୍ତର ଓଡ଼ିଶାରେ ଶୁକ୍ରବାରରୁ ଶନିବାର ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବା ନେଇ ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ କରାଯାଇଛି। କାଲିଠାରୁ ବର୍ଷାର ପରିମାଣ ବଢ଼ିବ। ଭୀଷଣ ବର୍ଷା ନେଇ ମୟୂରଭଞ୍ଜ ଜିଲ୍ଲାକୁ ରେଡ ଆଲର୍ଟ ଜାରି ହୋଇଛି। ମୟୂରଭଂଜ ଜିଲ୍ଲାରେ ୨୦୦ ମିମିରୁ ଅଧିକ ବର୍ଷା ସମ୍ଭାବନା ରହିଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ବାଲେଶ୍ବର, ଭଦ୍ରକ ଏବଂ କେନ୍ଦୁଝରକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ଏହି ସବୁ ଜିଲ୍ଲାରେ ୭୦ରୁ ୨୦୦ ମିମି ବର୍ଷିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ଭୀଷଣ ବର୍ଷା ନେଇ ମୟୂରଭଞ୍ଜ ଜିଲ୍ଲାକୁ ରେଡ ଆଲର୍ଟ ଜାରି ହୋଇଛି। ମୟୂରଭଂଜ ଜିଲ୍ଲାରେ ୨୦୦ ମିମିରୁ ଅଧିକ ବର୍ଷା ସମ୍ଭାବନା ରହିଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ବାଲେଶ୍ବର, ଭଦ୍ରକ ଏବଂ କେନ୍ଦୁଝରକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି।
ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ,୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି। କେନ୍ଦ୍ରାପଡା, ଜଗତସିଂହପୁର, ଯାଜପୁର, ସୁନ୍ଦରଗଡ, ଦେବଗଡ଼, ଅନୁଗୁଳ ଏବଂ ଢେଙ୍କାନାଳକୁ ଏନେଇ ସତର୍କ ସୂଚନା ଜାରି କରାଯାଇଛି। ବର୍ଷା ସମୟରେ ଘଣ୍ଟାପ୍ରତି ୪୦ରୁ ୫୦କିଲୋମିଟର ବେଗରେ ପବନ ବହିବ।