FeaturedLatestNews

୨ ବନ୍ଦେ ଭାରତ ଏକ୍ସପ୍ରେସ୍ ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର (ସଂକେତ ଟିଭି): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବ୍ରହ୍ମପୁର-ଟାଟାନଗର ଓ ରାଉରକେଲା-ହାୱାଡ଼ା ବନ୍ଦେ ଭାରତ ଏକ୍ସପ୍ରେସର ଟ୍ରେନର ଭର୍ଚୁଆଲ୍ ମୋଡରେ ଶୁଭାରମ୍ଭ କରିଛନ୍ତି। ବ୍ରହ୍ମପୁର-ଟାଟା ବନ୍ଦେ ଭାରତ ବ୍ରହ୍ମପୁରରୁ ବାହାରି ବାଲୁଗାଁ, ଖୋର୍ଦ୍ଧାରୋ ଭୁବନେଶ୍ବର, କଟକ, ଜଖପୁରା, ହରିଚନ୍ଦନପୁର, କେନ୍ଦୁଝରଗ ନୟାଗ ବାଂଶପାଣି, ଡାଙ୍ଗୋଆପୋଷି, ଚାଇବାସା ହୋଇ ଟାଟାନଗରରେ ପହଞ୍ଚିବ।

ସେହିପରି ରାଉରକେଲା-ହାୱ ବନ୍ଦେ ଭାରତ ଏକ୍ସପ୍ରେସ ରାଉରକେଲାରୁ ହାୱ ଭିତରେ କେବଳ ୩ଟି ଷ୍ଟେସନ ଚକ୍ରଧରପୁର, ଟାଟାନଗର ଅଟକିବ ବୋଲି ସୂଚନା ମିଳିଛି। ସୋମବାର ଶୁଭାରମ୍ଭ ହେବାକୁ ଥିବା ଦୁର୍ଗ- ବିଶାଖାପାଟଣା ବନ୍ଦେ ଭାରତ ଏକ୍ସପ୍ରେସ ଓ ଖରିଆର ରୋଡ, କଣ୍ଟାବାଞ୍ଜି, ଟିଟିଲାଗ କେସିଙ୍ଗା, ରାୟଗଡା ରହଣି କରି ବିଶାଖାପାଟଣାରେ ପହଞ୍ଚିବ।