‘ସୁଭଦ୍ରା’ ଖାତାକୁ ପଠାଗଲା ୧ ଟଙ୍କା, ୧୭ରେ ପୁରା କିସ୍ତି
ଭୁବନେଶ୍ୱର (ସଂକେତ ଟିଭି): ସୁଭଦ୍ରା’ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ୧ ଟଙ୍କା । ପରୀକ୍ଷାମୂଳକ ଭାବେ ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ୧ ଟଙ୍କା ଲେଖାଏଁ ପଠାଯାଇଛି । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି ।
ସେ କହିଛନ୍ତି ଯେ, ପରୀକ୍ଷା ମୂଳକ ଭାବେ ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ୧ ଟଙ୍କା ଲେଖାଏଁ ଯାଇଛି। ଶେଷ ଯୋଗ୍ୟ ମହିଳାଙ୍କ ପର୍ଯ୍ୟନ୍ତ ଯୋଜନା ନପହଞ୍ଚିବା ଯାଏଁ ରେଜିଷ୍ଟ୍ରେସନ୍ ଚାଲିବ। ୧୭ ତାରିଖକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ। ପ୍ରାଥମିକ ଭାବେ ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିନରେ ଏହି ଟଙ୍କା ଆକାଉଣ୍ଟକୁ ଯିବ। ୧୭ ତାରିଖ ପରେ ବି ରେଜିଷ୍ଟ୍ରେସନ ହୋଇଥିବା ଆକାଉଣ୍ଟକୁ ପ୍ରଥମ କିସ୍ତି ଯିବ। ଏବେ ଯାଏଁ ୬୦ ଲକ୍ଷ ମହିଳା ପଞ୍ଜିକରଣ କରିସାରିଲେଣି। ୧ କୋଟିରୁ ଅଧିକ ମହିଳାଙ୍କୁ ସାମିଲ ହେବାକୁ ସରକାର ଲକ୍ଷ୍ୟ ରଖିଛନ୍ତି।
ସେପଟେ ଆଜିଠାରୁ ଭୁବନେଶ୍ଵରରେ ଆରମ୍ଭ ହୋଇଛି ‘ସୁଭଦ୍ରା’ ସ୍ୱାଗତ ପଦଯାତ୍ରା । ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କେଭି ସିଂଦେଓଙ୍କ ସମେତ ସାଂସଦ ଅପରାଜିତା ଷଡଙ୍ଗୀ,ଏକାମ୍ର ବିଧାୟକ ବାବୁ ସିଂ, ମେୟର ସୁଲୋଚନା ଦାସ, ବିଏମସି କମିଶନର ଏବଂ ଅଧିକାରୀ ମାନେ ଉପସ୍ଥିତ ଥିଲେ । ଭୁବନେଶ୍ଵର ଗିରିଦୁର୍ଗା ମନ୍ଦିର ଠାରୁ ରମାଦେବୀ ମହିଳା ମହାବିଦ୍ୟାଳୟ ପର୍ଯ୍ୟନ୍ତ ପଦଯାତ୍ରା ଅନୁଷ୍ଠିତ ହୋଇଥିଲା ।