FeaturedGeneralLatestPolitics

ମୋଦିଙ୍କ ଜନ୍ମଦିନରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ କେଜ୍ରିଓ୍ବାଲ

ନୂଆଦିଲ୍ଲୀ (ସଂକେତ ଟିଭି): ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମ ଦିନରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦରୁ ଅରବିନ୍ଦ କେଜ୍ରିୱାଲ ଇସ୍ତଫା ଦେବେ । ଆଜି ସେ ଉପ ରାଜ୍ୟପାଳ ଭିକେ ସକ୍ସେନାଙ୍କୁ ଆସନ୍ତାକାଲି ଭେଟିବା ପାଇଁ ସମୟ ମାଗିଛନ୍ତି। ତେଣୁ ସେ କାଲି ହିଁ ଉପ ରାଜ୍ୟପାଳଙ୍କୁ ଭେଟି ତାଙ୍କ ଇସ୍ତଫାପତ୍ର ପ୍ରଦାନ କରିବେ ବୋଲି ରିପୋର୍ଟ ପ୍ରକାଶ ପାଇଛି।

ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜ୍ରିୱାଲ ଆସନ୍ତାକାଲି ଅପରାହ୍ନ ୪.୩୦ରେ ଉପ ରାଜ୍ୟପାଳ ସକ୍ସେନାଙ୍କୁ ଭେଟିବେ। ଏହି ସମୟରେ ସେ ସାଂପ୍ରତିକ ସ୍ଥିତି ସମ୍ପର୍କରେ ତାଙ୍କୁ ଅବଗତ କରାଇବେ ଓ ଇସ୍ତଫାପତ୍ର ପ୍ରଦାନ କରିବେ। ସେହିପରି କେଜ୍ରିୱାଲ ଖୁବଶୀଘ୍ର ନିଜର ବାସଭବନ ମଧ୍ୟ ଖାଲି କରିବେ। ମୁଖ୍ୟମନ୍ତ୍ରୀ ଭାବେ ସେ ରହୁଥିବା ବାସଭବନକୁ ଖାଲି କରିବା ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଯାଇଛି।

ଏହାରି ମଧ୍ୟରେ ସମ୍ଭାବ୍ୟ ମୁଖ୍ୟମନ୍ତ୍ରୀ ଚର୍ଚ୍ଚା ମଧ୍ୟ ଆରମ୍ଭ ହୋଇଗଲାଣି । ଏଥିରେ ଆମ ଆଦମୀ ପାର୍ଟି ଏକାଧିକ ନେତାଙ୍କ ନାମ ସାମିଲ ଅଛି । ଏହି ସମ୍ଭାବ୍ୟ ଚର୍ଚ୍ଚାରେ ଦିଲ୍ଲୀ ମନ୍ତ୍ରୀ ତଥା ଆମ ଆଦମୀ ପାର୍ଟିର ଆଗଧାଡିର ମହିଳା ନେତ୍ରୀ ଆତିଶୀ, ମନ୍ତ୍ରୀ ସୌରଭ ଭରଦ୍ବାଜଙ୍କ ନାମ ଆଗରେ ରହିଛି । ହେଲେ ଦଳୀୟ ସୂତ୍ରରୁ ସେପରି କୌଣସି ଭିତିରି ସୂଚନା ସାମ୍ନାକୁ ଆସନି ।