FeaturedLatestNews

ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କ ହେବ ପଲିଗ୍ରାଫ୍‌ ଟେଷ୍ଟ୍‌

ଭୁବନେଶ୍ବର (ସଂକେତ ଟିଭି): ଭରତପୁର ଥାନାରେ ଭାରତୀୟ ସେନାର ମେଜର ଓ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କ ପଲିଗ୍ରାଫ ଟେଷ୍ଟ୍‌ ହେବ। ଆଜି ଏସଡିଜେଏମ୍ କୋର୍ଟରେ ହାଜର ହୋଇ ସେ ବ୍ରେନ୍ ମ୍ୟାପିଂ, ଲାଏ ଡିଟେକସନ୍ ଟେଷ୍ଟ, ପଲିଗ୍ରାଫ୍ ଟେଷ୍ଟ ଓ ନାର୍କୋ ଟେଷ୍ଟ ପାଇଁ ସେ ରାଜି ହୋଇଥିବା ଜଣାଯାଇଛି। ପଲିଗ୍ରାଫ ଟେଷ୍ଟ ପାଇଁ କ୍ରାଇମବ୍ରାଞ୍ଚକୁ ଏସଡିଜେଏମ୍ କୋର୍ଟ ଅନୁମତି ଦେଇଛନ୍ତି । ଦୀନକୃଷ୍ଣଙ୍କୁ କ୍ରାଇମବ୍ରାଞ୍ଚ ଗୁଜରାଟ ଗାନ୍ଧିନଗର ନେବ। ପଲିଗ୍ରାଫ୍‌ ଟେଷ୍ଟ ପାଇଁ କ୍ରାଇମବ୍ରାଞ୍ଚ ଆବେଦନ କରିଥିବା ବେଳେ କୋର୍ଟ ଆଜି ଅନୁମତି ଦେଇଛନ୍ତି।

ଖବର ଅନୁଯାୟୀ, ଦୀନକୃଷ୍ଣଙ୍କ ପଲିଗ୍ରାଫ୍ ଟେଷ୍ଟ ପାଇଁ କ୍ରାଇମବ୍ରାଞ୍ଚ ଆବେଦନ କରିଥିଲା। ଏଣେ ଭାରତୀୟ ସେନାର ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଅଭିଯୋଗ ମାମଲାରେ ତଦନ୍ତ କରିବା ଲାଗି କ୍ରାଇମବ୍ରାଞ୍ଚ ଟିମ୍ ଭରତପୁର ଥାନାରେ ସକାଳେ ପହଞ୍ଚିଥିଲା। ସେଠାରେ ପୀଡ଼ିତା ଓ ତାଙ୍କ ବନ୍ଧୁ ମେଜର ବି ପହଞ୍ଚିଥିଲେ। ତାପରେ କ୍ରାଇମବ୍ରାଞ୍ଚ ସିନ୍ ରିକ୍ରିଏସନ୍ କରିଛି । ଏଭଳି ସ୍ଥିତିରେ ତଦନ୍ତର ସ୍ବଚ୍ଛତାକୁ ଦୃଷ୍ଟିରେ ରଖି ଭରତପୁର ଥାନା ଅଧିକାରୀ ଦୀନକୃଷ୍ଣ ମିଶ୍ରଙ୍କୁ ଭୁବନେଶ୍ୱର ଡିସିପି ଅଫିସକୁ ବଦଳି କରାଯାଇଛି। ତାଙ୍କ ସ୍ଥାନରେ କମିଶନରେଟ୍‌ ପୋଲିସ ମୁଖ୍ୟାଳୟରେ ଥିବା ଇନ୍‌ସ୍ପେକ୍ଟର ଦୀପକ କୁମାର ଖଣ୍ଡାୟତରାୟଙ୍କୁ ଭରତପୁର ଥାନା ଆଇଆଇସି ଭାବେ ଅବସ୍ଥାପିତ କରାଯାଇଛି। ସେହିପରି ଭରତପୁର ଥାନାରେ ଥିବା ଏଏସ୍‌ଆଇ ସଲିଳମୟୀ ସାହୁ ଓ କନଷ୍ଟେବଳ ବଳରାମ ହାଂସଦାଙ୍କୁ ମଧ୍ୟ ବଦଳି କରାଯାଇଛି। ସଲିଳମୟୀଙ୍କୁ ଭୁବନେଶ୍ୱର ଡିସିପି ଅଫିସ ଓ ବଳରାମଙ୍କୁ ଭୁବନେଶ୍ୱର ରିଜର୍ଭ ଅଫିସକୁ ବଦଳି କରାଯାଇଛି।