FeaturedLatestNews

ଆସୁଛି ବଡ ବର୍ଷା, ଦଶହରାରେ ଭିଜିବ ଓଡ଼ିଶା

ଭୁବନେଶ୍ବର(ସଂକେତ ଟିଭି): ଅକ୍ଟୋବର ୬ତାରିଖରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସମ୍ଭାବନା ରହିଛି । ଏହା ପ୍ରଭାବରେ ଆସନ୍ତା ୪ ଅକ୍ଟୋବରରୁ ୧୦ ଅକ୍ଟୋବର ଯାଏଁ ରାଜ୍ୟର ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ସୂଚନା ଦେଇଛି ।

ସୂଚନାନୁସାରେ, ଭାରତୀୟ ପାଣିପାଗ ବିଭାଗର ଜାରି କରିଥିବା ଦୀର୍ଘମିଆଦୀ ପ୍ରେସ ରିଲିଜରେ ଅକ୍ଟୋବର ଦ୍ୱିତୀୟ ସପ୍ତାହ ଅର୍ଥାତ ୬ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରେ ଓ ତାର ପାଶ୍ୱବର୍ତ୍ତୀ ଅଞ୍ଚଳରେ ପାଣିପାଗ ବିଭାଗ ଲଘୁଚାପ ସୃଷ୍ଟି ହେବାର ପୂର୍ବାନୁମାନ କରିଛି । ସେପଟେ ବର୍ତ୍ତମାନ ରାଜ୍ୟରେ କୌଣସି ନିଦିଷ୍ଟ ନିୟାମକ ସକ୍ରିୟ ନଥିବା ବେଳେ ଆଗାମୀ ୫ ଦିନ ଅର୍ଥାତ ୩ ତାରିଖ ଯାଏଁ ବଡ ବର୍ଷା ନାହିଁ । କିଛି କିଛି ସ୍ଥାନରେ ବିଜୁଳି ଘଡଘଡି ସହ ହାଲୁକରୁ ମଧ୍ୟମ ଧରଣର ବର୍ଷା ଜାରି ରହିବ । ପରେ ୪ ତାରିଖ ପରେ ପୁଣି ବର୍ଷାର ପରିମାଣ ବଢିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।