ଦ୍ବିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ନେଇ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ବର(ସଂକେତ ଟିଭି): ଦ୍ବିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ଅକ୍ଟୋବର ୯ରେ ଆସିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ଟଙ୍କା ହିତାଧିକାରୀଙ୍କୁ ଦିଆଯିବ । ବାରିପଦାରେ ଆୟୋଜିତ ସଭାରେ ମୁଖ୍ୟମନ୍ତ୍ରୀ ଏହି ଟଙ୍କା ପ୍ରଦାନ କରିବେ।
ରବିବାର ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା ହିତାଧିକାରୀଙ୍କୁ ଦିଆଯିବ। ବାରିପଦାରେ ଆୟୋଜିତ ସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଟଙ୍କା ପ୍ରଦାନ କରିବେ। ସେପ୍ଟେମ୍ବର ୭ ତାରିଖ ଯାଏ ଆବେଦନ କରିଥିବା ମହିଳା ୯ରେ ଟଙ୍କା ପାଇବେ। ସୁଭଦ୍ରା ଯୋଜନାରେ ପ୍ରଥମ ହିତାଧିକାରୀ ଓ କୋଟିଏ ନମ୍ବରରେ ଥିବା ମହିଳାଙ୍କୁ ମୁଖ୍ୟମନ୍ତ୍ରୀ ସମ୍ବର୍ଦ୍ଧିତ କରିବେ ।
ପ୍ରାୟ ୪୦ ଲକ୍ଷ ମହିଳାଙ୍କୁ ଦ୍ୱିତୀୟ ପର୍ଯ୍ୟାୟରେ ସୁଭଦ୍ରା ଟଙ୍କା ମିଳିବ। ବର୍ତ୍ତମାନ ସୁଦ୍ଧା ୯୭ ଲକ୍ଷ ମହିଳା ‘ସୁଭଦ୍ରା’ ପାଇଁ ଆବେଦନ କରିଛନ୍ତି। ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ୧୧ ହଜାର ମହିଳାଙ୍କୁ ଟଙ୍କା ମିଳିଛି। ମାର୍ଚ୍ଚ ୮ ପୂର୍ବରୁ ସମସ୍ତ ଯୋଗ୍ୟ ମହିଳା ହିତାଧିକାରୀଙ୍କୁ ‘ସୁଭଦ୍ରା’ ଟଙ୍କା ମିଳିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ଗତ ୧୭ ତାରିଖରେ ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିଥିଲା।