EducationFeaturedLatestNews

ବଦଳିଲା ସ୍କୁଲ ୟୁନିଫର୍ମ, ଖଇରିଆ ଓ ବାଦାମୀ ରଙ୍ଗର ଡ୍ରେସ୍ ପିନ୍ଧିବେ ସ୍କୁଲ ପିଲା

ଭୁବନେଶ୍ୱର (ସଂକେତ ଟିଭି): ରାଜ୍ୟ ସରକାର ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ସ୍କୁଲ ପୋଷାକ ରଙ୍ଗ ବଦଳାଇଛନ୍ତି। ଉଭୟ ଛାତ୍ର ଓ ଛାତ୍ରୀଙ୍କ ପ୍ୟାଣ୍ଟ ରଙ୍ଗ ଇଷତ୍‌ ଖଇରିଆ ରଙ୍ଗ କରାଯାଇଥିବାବେଳେ ଚନ୍ଦନ ରଙ୍ଗର ଚେକ୍‌ ସାର୍ଟ କରାଯାଇଛି। ସେହିପରି ଛାତ୍ରୀମାନଙ୍କ ପାଇଁ ଇଷତ୍‌ ଖଇରିଆ ରଙ୍ଗର ଜ୍ୟାକେଟ୍‌ ମଧ୍ୟ ରହିଛି। ମୁଖ୍ୟମନ୍ତ୍ରୀ ଛାତ୍ରଛାତ୍ରୀ ପରିଧାନ ଯୋଜନାରେ ସମସ୍ତଙ୍କୁ ଡ୍ରେସ ମିଳିବ। ଏହା ସବୁ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ସ୍କୁଲକୁ ବଣ୍ଟାଯିବ।

ଯେଉଁ ବିଦ୍ୟାଳୟରେ ପୁରୁଣା ଡିଜାଇନ୍‌ରେ ପୋଷାକ ବିତରଣ ସରି ନ ଥିବ କିମ୍ବା ସିଲାଇ କରିବାକୁ ଦିଆଯାଇ ନ ଥିବ ସେହି ବିଦ୍ୟାଳୟରେ ଏହି ନୂଆ ଡିଜାଇନ୍‌ ପୋଷାକ ପ୍ରଦାନ କରାଯିବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ୨୦୨୩ରେ ପୂର୍ବରୁ ୟୁନିଫର୍ମ ରଙ୍ଗକୁ ବଦଳାଇ ସବୁଜ ପ୍ୟାଣ୍ଟ ଓ ଚେକ ସାର୍ଟ କରିଥିଲେ ।