LatestNews

ରାଷ୍ଟ୍ରଦୂତଙ୍କ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ, କହିଲେ ଓଡିଶା ହେବ ଶିଳ୍ପ ହବ୍

ନୂଆଦିଲ୍ଲୀ(ସଂକେତ ଟିଭି): ଉତ୍କର୍ଷ ଓ କନ୍‌କ୍ଲେଭରେ ୩୪ଟି ଦେଶର ରାଷ୍ଟ୍ରଦୂତଙ୍କ ସହ ପୁଞ୍ଜି ବିନିଯୋଗ ନେଇ ସକାରାତ୍ମକ ଆଲୋଚନା ହୋଇଛି। କିପରି ଅଧିକ ବିଦେଶୀ ପୁଞ୍ଜି ନିବେଶ ହେବ ସେନେଇ ଆଲୋଚନା ହୋଇଛି। ଆଲୋଚନା ଫଳପ୍ରଦ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି କହିଛନ୍ତି ।

ସେ ଆହୁରି ମଧ୍ୟ କହିଛନ୍ତି, ୨୦୨୫ରେ ଓଡ଼ିଶାରେ ସର୍ବବୃହତ ଶିଳ୍ପ କନକ୍ଲେଭ ହେବାକୁ ଯାଉଛି। ସେମିକଣ୍ଡକ୍ଟର, ପେଟ୍ରୋ କେମିକାଲ୍‌ସ,ଆଇଟିରେ ବିନିଯୋଗ ସମ୍ଭାବନା ଅଧିକ ରହିଛି। ୨୦୪୭ରେ ବିକଶିତ ଓଡ଼ିଶା ଗଠନରେ ଏହା ଦୃଢ଼ ମୂଳଦୁଆ ପକାଇବ। କେନ୍ଦ୍ର ଓ ରାଜ୍ୟର ମିଳିତ ସହଯୋଗରେ ଓଡ଼ିଶାରେ ଶିଳ୍ପ ହବ୍‌ ହେବାକୁ ଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଉତ୍କର୍ଷ ଓ କନ୍‌କ୍ଲେଭ ପାଇଁ ଦିଲ୍ଲୀ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ୩୪ଟି ଦେଶର ରାଷ୍ଟ୍ରଦୂତଙ୍କ ସହ ଓ୍ବାନ୍‌ ଟୁ ଓ୍ବାନ୍‌ ଆଲୋଚନା କରିଥିଲେ। ବୈଠକରେ ଶିଳ୍ପମନ୍ତ୍ରୀଙ୍କ ସହ ମୁଖ୍ୟ ଶାସନ ସଚିବ ଉପସ୍ଥିତ ଥିଲେ। ହାଇକମିଶନର, ବାଣିଜ୍ୟ କମିଶନର ଓ କୂଟନୀତିଜ୍ଞ ମଧ୍ୟ ଏହି ବୈଠକରେ ସାମିଲ ଥିଲେ। ତେବେ ଓଡ଼ିଶାରେ ପୁଞ୍ଜି ବିନିଯୋଗ ସୁଯୋଗ ନେଇ ମୁଖ୍ୟମନ୍ତ୍ରୀ ନିବେଶକଙ୍କ ସହ ଆଲୋଚନା ପରେ ଏହି ବଡ଼ ସୂଚନା ଦେଇଛନ୍ତି।