କେନ୍ଦ୍ର ପରେ ଓଡ଼ିଶା ସରକାର ବଢାଇଲେ ମାଗଣା ଚାଉଳ ଅବଧି
ଭୁବନେଶ୍ୱର (ସଂକେତ ଟିଭି): କେନ୍ଦ୍ର ପରେ ରାଜ୍ୟ ସରକାର ବି ଗରିବଙ୍କୁ ମାଗଣା ଚାଉଳ ଅବଧି ବଢାଇଛନ୍ତି। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ମାଗଣା ଚାଉଳ ଅବଧି ବୃଦ୍ଧି ହେବ। ରାଜ୍ୟର ନିଜସ୍ବ ଯୋଜନାରେ ଚାଉଳ ଯୋଗାଣ ଅବଧି ବୃଦ୍ଧି କରାଯିବ।
ସେ କହିଛନ୍ତି ଯେ, ଗରିବ ଲୋକଙ୍କ ପାଇଁ ଏହା ନିହାତି ଆବଶ୍ୟକ । ରାଜ୍ୟ ସରକାର ନିଜସ୍ବ ଯୋଜନାରେ ମଧ୍ୟ ସେହି ଅନୁପାତରେ ମାଗଣାରେ ଚାଉଳ ଯୋଗାଣ ଅବଧି ବୃଦ୍ଧି କରିବେ । ବର୍ତ୍ତମାନ ରାସନ କାର୍ଡର ଇ-କେୱାଇସି ଚାଲିଛି । ପାଖାପାଖି ୨ କୋଟି ୩୦ ଲକ୍ଷ କାର୍ଡର ଇ-କେୱାଇସି ସରିଲାଣି । ୧ କୋଟି ପାଖାପାଖି ଲୋକଙ୍କର ଇ-କେୱାଇସି ବାକି ଅଛି । ତେବେ ୧୫ରୁ ୨୦ ଦିନ ଭିତରେ ଇ-କେୱାଇସି ସରିଯିବ । ଏହାପରେ ନୂଆ ରାସନ କାର୍ଡ ବଣ୍ଟନ କରାଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି ।
ତେବେ ୧୫ରୁ ୨୦ ଦିନ ଭିତରେ ଇ-କେୱାଇସି ସରିଯିବ । ଏହାପରେ ନୂଆ ରାସନ କାର୍ଡ ବଣ୍ଟନ କରାଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି ।ଦଶହରା ଉପଲକ୍ଷେ ଦେଶର କୋଟି କୋଟି ଗରିବଙ୍କୁ ବୁଧବାର କେନ୍ଦ୍ର ସରକାର ଭେଟି ଦେଇଛନ୍ତି। ୨୦୨୮ ପର୍ଯ୍ୟନ୍ତ ଦେଶବାସୀଙ୍କୁ ମାଗଣା ପୁଷ୍ଟିକର ଚାଉଳ ମିଳିବ। ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା ଅଧୀନରେ ଏହି ଯୋଜନାର ଲାଭ ୨୦୨୮ ଡିସେମ୍ବର ପର୍ଯ୍ୟନ୍ତ ପାଇପାରିବେ। ଏ ନେଇ କେନ୍ଦ୍ର କ୍ୟାବିନେଟ ମଞ୍ଜୁରୀ ଦେଇଛି। ତେବେ ଏହା ଜୁଲାଇ ୨୦୨୪ରୁ ଡିସେମ୍ବର ୨୦୨୮ ଯାଏ ଚାଲିବ। ଏହି ଯୋଜନରେ ସରକାର ୧୭ ହଜାର କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରିବେ।