ଭକ୍ତଙ୍କୁ ମାଗଣାରେ ମିଳିବ ମହାପ୍ରଭୁଙ୍କ ମହାପ୍ରସାଦ
ଭୁବନେଶ୍ବର(ସଂକେତ ଟିଭି): ଯେଉଁ ଭକ୍ତମାନେ ମହାପ୍ରଭୁଙ୍କର ଦର୍ଶନ ପାଇଁ ଶ୍ରୀମନ୍ଦିର ଆସୁଛନ୍ତି ସେମାନଙ୍କୁ କିଭଳି ମାଗଣାରେ ମହାପ୍ରସାଦ ମିଳିବ। ସେନେଇ ବ୍ୟବସ୍ଥା କରାଯାଉଛି ବୋଲି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି ।
ସେ କହିଛନ୍ତି, ଶ୍ରୀମନ୍ଦିରରୁ ଆସୁଥିବା ଭକ୍ତଙ୍କ ସଂଖ୍ୟା ଦୃଷ୍ଟିରୁ ବର୍ଷକୁ ୧୪ରୁ ୧୫କୋଟି ଟଙ୍କା ଖର୍ଚ୍ଚ ହେବ। ଆମେ ଭକ୍ତ ସମାଜ ଭିତରେ ସମସ୍ତଙ୍କୁ ଅନୁରୋଧ କରିଛୁ। ଏହାରି ଭିତରେ ଅନେକ ଭକ୍ତ ଆସି ସହଯୋଗର ହାତ ବି ବଢ଼ାଇଛନ୍ତି।
ପ୍ରତିଦିନ ହଜାର ହଜାର ଭକ୍ତ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିର ଆସିଥାନ୍ତି । ତେବେ ମହାପ୍ରଭୁଙ୍କ ଦର୍ଶନ ପରେ ପ୍ରତିଟି ଭକ୍ତଙ୍କର ଆଶା ଓ ଆକାଂକ୍ଷା ଥାଏ ଯେ ମହାପ୍ରସାଦ କାଣିଚାଏ ପାଇବା ପାଇଁ । ତେଣୁ ଭକ୍ତଙ୍କ ଆଶା ଓ ଆକାଂକ୍ଷା ପୂରଣ କରିବା ପାଇଁ ରାଜ୍ୟ ସରକାର ପ୍ରୟାସ ଆରମ୍ଭ କରିଛନ୍ତି । ଯେଉଁ ଭକ୍ତମାନେ ମହାପ୍ରଭୁଙ୍କର ଦର୍ଶନ ପାଇଁ ଶ୍ରୀମନ୍ଦିର ଆସୁଛନ୍ତି ସେମାନେ ଦର୍ଶନ ସାରି ନିଜ ଘରକୁ ଫେରିବା ସମୟରେ କିଭଳି ନିଃଶୁକ୍ଳରେ ଟିକେ ମହାପ୍ରସାଦ ସାଙ୍ଗରେ ନେଇପାରିବେ ସେନେଇ ବ୍ୟବସ୍ଥା କରାଯାଉଛି ବୋଲି ଆଇନ ମନ୍ତ୍ରୀ କହିଛନ୍ତି ।