ଖୁବ୍ଶୀଘ୍ର ମିଳିବ ତୃତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା : ଉପ-ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର (ସଂକେତ ଟିଭି): ରାଜ୍ୟରେ ହିତାଧିକାରୀଙ୍କୁ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ଖୁବଶୀଘ୍ର ମିଳିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ବର୍ତ୍ତମାନସୁଦ୍ଧା ୧ କୋଟି ୬୦ହଜାର ମହିଳା ଆବେଦନ କରିସାରିଲେଣି। ୨ଟି ପର୍ୟ୍ୟାୟରେ ମୋଟ ୬୦ଲକ୍ଷ ମହିଳାଙ୍କୁ ସହାୟତା ପ୍ରଦାନ କରାଯାଇଛି। ଖୁବଶୀଘ୍ର ତୃତୀୟ ପର୍ଯ୍ୟାୟରେ ବାକି ରହିଥିବା ହିତାଧିକାରୀଙ୍କୁ ଟଙ୍କା ପ୍ରଦାନ କରାଯିବ।
ସେ କହିଛନ୍ତି ଶେଷ ହିତାଧିକାରୀ ‘ସୁଭଦ୍ରା ‘ଟଙ୍କା ପାଇବା ଯାଏଁ ଏହି ପ୍ରକ୍ରିୟା ଜାରି ରହିବ । ଏବେ ବି ଯାଞ୍ଚ ପ୍ରକ୍ରିୟା ଚାଲିଛି । ଏଯାଏଁ ପ୍ରାୟ ୬୦ ଲକ୍ଷ ମହିଳା ‘ସୁଭଦ୍ରା’ ଟଙ୍କା ପାଇସାରିଲେଣି । ଆହୁରି ୪୦ ଲକ୍ଷରୁ ଅଧିକ ହିତାଧିକାରୀ ଏହି ଟଙ୍କା ପାଇବାକୁ ଅପେକ୍ଷା କରିଛନ୍ତି । ତୃତୀୟ ପର୍ୟ୍ୟାୟରେ ସେମାନଙ୍କ ଆକାଉଣ୍ଟକୁ ଟଙ୍କା ଯିବ ।