‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର (ସଂକେତ ଟିଭି): ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ ଅବ୍ୟବହିତ ପୂର୍ବରୁ ରାଷ୍ଟ୍ରୀୟ ଏକତା ଦିବସ ପାଳନ ପାଇଁ ‘ରନ୍ ଫର୍ ୟୁନିଟି’ମାରାଥନ କାର୍ଯ୍ୟକ୍ରମ କରାଯାଇଛି । ଏହି ପରିପ୍ରେକ୍ଷିରେ ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମ୍ରେ ‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦ୍ଘାଟନ କରିଛନ୍ତି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଛାତ୍ରଛାତ୍ରୀ ଓ ଯୁବକ ଯୁବତୀ ମାନଙ୍କୁ ରାଷ୍ଟ୍ରୀୟ ଏକତା ପାଇଁ ଶପଥ ପାଠ କରାଇଥିଲେ। ଏହି କାର୍ଯ୍ୟକ୍ରମରେ ପ୍ରାୟ ୩୦୦୦ ଛୋଟ ପିଲା, କ୍ରୀଡା ହଷ୍ଟଲର ଛାତ୍ରଛାତ୍ରୀ ଓ ବିଭିନ୍ନ କ୍ରୀଡା ସଂଗଠନର ପିଲାମାନେ ଯୋଗଦେଇ ଦୌଡରେ ଭାଗ ନେଇଥିଲେ। ମୁଖ୍ୟମନ୍ତ୍ରୀ ସେମାନଙ୍କ ନେତୃତ୍ବ ନେଇ ଏହି ଦୌଡରେ ସାମିଲ ହୋଇଥିଲେ।
ଅକ୍ଟୋବର ୩୧ରେ ସର୍ଦ୍ଦାର ବଲ୍ଲଭ ଭାଇ ପଟ୍ଟେଲଙ୍କ ଜୟନ୍ତୀ। ତେବେ ଏଥର ଅକ୍ଟୋବର ୩୧ ଦୀପାବଳି ଛୁଟିଦିନରେ ଜୟନ୍ତୀ ପଡୁଥିବାରୁ ଅକ୍ଟୋବର ୨୯ରେ ଆୟୋଜିତ ହେଉଛି ରନ୍ ଫର୍ ୟୁନିଟି କାର୍ଯ୍ୟକ୍ରମ। ପୂର୍ବରୁ ଏ ନେଇ ନିଜ ମନ୍ କୀ ବାତ୍ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୂଚନା ଦେଇଥିଲେ।