GeneralLatestNews

ହିତାଧିକାରୀଙ୍କୁ ମିଳିବ ଆଗୁଆ ୩ମାସର ଚାଉଳ

ଭୁବନେଶ୍ବର (ସଂକେତ ଟିଭି): ସାଧାରଣ ବଣ୍ଟନ ବ୍ୟବସ୍ଥାରେ ହିତାଧିକାରୀ ୩ ମାସ (ଅକ୍ଟୋବରରୁ ଡିସେମ୍ବର) ପାଇଁ ୧୫ କିଲୋ ଲେଖାଏ ଚାଉଳ ପାଇବେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ହିତାଧିକାରୀମାନଙ୍କୁ ୩ ମାସର ଚାଉଳ ଆଗୁଆ ପ୍ରଦାନ କରିବା ପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି।

ଲୋକସେବା ଭବନରେ ସାଧାରଣ ବଣ୍ଟନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷାକରି ମୁଖ୍ୟମନ୍ତ୍ରୀ ଏହି ନିର୍ଦେଶ ଦେଇଛନ୍ତି । ସୂଚନାଯୋଗ୍ୟ, ଏହି ପ୍ରକ୍ରିୟା ଅକ୍ଟୋବର ପହିଲାଠାରୁ ଆରମ୍ଭ ହୋଇଥିଲେ ମଧ୍ୟ ୪୦ ଲକ୍ଷ ପରିବାର ଏ ପର୍ଯ୍ୟନ୍ତ ଚାଉଳ ପାଇନାହାନ୍ତି। ତେଣୁ ଏହି ପରିବାରଗୁଡ଼ିକୁ ତୁରନ୍ତ ଚାଉଳ ବଣ୍ଟନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ବୈଠକରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପ୍ରମୁଖ ଶାସନ ସଚିବ ବୀରବିକ୍ରମ ଯାଦବ ପ୍ରମୁଖ ଉପସ୍ଥିତ ଥିଲେ।