FeaturedLatestNews

ଝରକା ତାଡ଼ି ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ବାଲେଶ୍ବର (ସଂକେତ ଟିଭି): ବାଲେଶ୍ବର ଜିଲ୍ଲା ବାଲିଆପାଳ ଥାନା ଅନ୍ତର୍ଗତ ଖପରାପଦା ଛକରେ ଥିବା ଓଡିଶା ଗ୍ରାମ୍ୟ ବ୍ୟାଙ୍କରୁ ଲକ୍ଷାଧିକ ଟଙ୍କା ଲୁଟ୍‌ ହୋଇଛି। ଲୁଟେରାମାନେ ବ୍ୟାଙ୍କର ଝରକାର ତାଡ଼ି ଲୁଟ୍‌ କରିଥିବା ନେଇ ଅଭିଯୋଗ କରାଯାଇଛି।

ସୂଚନା ଅନୁସାରେ, ରବିବାର ବିଳମ୍ବିତ ରାତିରେ କିଛି ଦୁର୍ବୃତ୍ତ ବ୍ୟାଙ୍କର ଉପର ମହଲାରେ ଥିବା ଝରକାର ଲୂହା ଗ୍ରିଲକୁ ଗ୍ୟାସ କଟରରେ କାଟି ବ୍ୟାଙ୍କ ଭିତରକୁ ପଶି ଲକ୍ଷାଧିକ ଟଙ୍କା ଲୁଟି ନେଇଛନ୍ତି। ଆଜି ସକାଳେ ସ୍ଥାନୀୟ ଲୋକେ ବ୍ୟାଙ୍କର ଝରକା ଭଙ୍ଗା ଯାଇ ଥିବା ଦେଖି ବ୍ୟାଙ୍କର ମ୍ୟାନେଜର ଏବଂ ବାଲିଆପାଳ ପୋଲିସକୁ ଖବର ଦେଇ ଥିଲେ। ଖବର ପାଇ ବାଲିଆପାଳ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରୁଛି । ପାଞ୍ଚ ବର୍ଷ ପୂର୍ବରୁ ମଧ୍ୟ ଏହି ବ୍ୟାଙ୍କର ପଛ ପଟ ସ୍କାଇ ଲାଇଟ ଭାଙ୍ଗି କମ୍ପ୍ୟୁଟର ଏବଂ ବିଭିନ୍ନ ଆସବାବପତ୍ର ଦୁର୍ବୃତ୍ତ ଚୋରି କରିଥିଲେ ।