LatestNews

ଜାନୁଆରିରେ ଦିଆଯିବ ନୂଆ ରାସନ କାର୍ଡ : ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର (ସଂକେତ ଟିଭି): ଜାନୁଆରିରେ ନୂଆ ରାସନ କାର୍ଡ ଦିଆଯିବ। ବୁଧବାର ଏନେଇ ଖାଦ୍ୟ ଯୋଗାଣ ଏବଂ ଉପଭୋକ୍ତା କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି ।

। ସେ କହିଛନ୍ତି, ଚଳିତ ମାସରେ ଇ-କେୱାଇସି ଯାଞ୍ଚ ସରିବ। ଗତ ଜୁଲାଇ ମାସରୁ ଆରମ୍ଭ ହୋଇଥିବା ଇ-କେୱାଇସି ଯାଞ୍ଚ ନଭେମ୍ବରରେ ସରିବ। ୧୬ ଲକ୍ଷରୁ ଅଧିକ ଅଯୋଗ୍ୟ ହିତାଧିକାରୀ ଚିହ୍ନଟ ହୋଇଛନ୍ତି। ଏହି ଯାଞ୍ଚ ପ୍ରକ୍ରିୟା ଶେଷ ହେବା ପରେ ସମ୍ପୃକ୍ତ ବିଭାଗ ପକ୍ଷରୁ ଯୋଗ୍ୟ ହିତାଧିକାରୀଙ୍କ ତାଲିକା ପ୍ରକାଶ ପାଇବ ବୋଲି ପାତ୍ର କହିଛନ୍ତି।