ଆସୁଛି ଆଉ ଏକ ଲଘୁଚାପ
ଭୁବନେଶ୍ବର (ସଂକେତ ଟିଭି): ଆସନ୍ତା ୨୩ ତାରିଖ ସୁଦ୍ଧା ବଙ୍ଗୋପସାଗରରେ ଲଘୁଚାପ ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୨୧ ତାରିଖ ସୁଦ୍ଧା ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି । କ୍ରମେ ଏହା ଘନୀଭୂତ ହୋଇ ୨୩ ତାରିଖରେ ଲଘୁଚାପ ରୂପ ନେବ । ପରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଅବପାତର ରୂପ ନେବ । ତେବେ ଲଘୁଚାପର ପ୍ରଭାବ କିଭଳି ରହିବ, ତାହା ଏଯାଏଁ ସ୍ପଷ୍ଟ ହୋଇ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।