ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଗୃହମନ୍ତ୍ରୀ ଅମିତ ଶାହ
ଭୁବନେଶ୍ବର (ସଂକେତ ଟିଭି): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଗୃହମନ୍ତ୍ରୀ ଅମିତ ଶାହ ଓଡ଼ିଶା ଗସ୍ତରେ ଆସିବେ। ଓଡ଼ିଶାରେ ଆୟୋଜିତ ହେବାକୁ ଥିବା ପୋଲିସ ଡ଼ିଜି ସମ୍ମିଳନୀରେ ସେମାନେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ନଭେମ୍ବର ୨୯ ତାରିଖରୁ ୩୧ ତାରିଖ ପର୍ଯ୍ୟନ୍ତ ଡିଜି ସମ୍ମିଳନୀ ଚାଲିବ । ଖୁବଶୀଘ୍ର ଏ ନେଇ ସରକାରୀ ସ୍ତରରେ ଘୋଷଣା କରାଯିବ ବୋଲି ରାଜ୍ୟ ବିଜେପି ଉପସଭାପତି ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି ।