LatestNewsPolitics

ବିଧାନସଭାର ଶୀତ ଅଧିବେଶନ ପାଇଁ ବସିଲା ସର୍ବଦଳୀୟ ବୈଠକ

ଭୁବନେଶ୍ବର (ସଂକେତ ଟିଭି): ବିଧାନସଭା ଶୀତ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହେବାକୁ ଯାଉଛି । ଏହା ପୂର୍ବରୁ ଆଜି ସର୍ବଦଳୀୟ ବୈଠକ ବସିଛି । ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ସରକାରଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଓ ଅନ୍ୟ କିଛି ମନ୍ତ୍ରୀ ପ୍ରମୁଖ ସାମିଲ ହୋଇଥିବା ବେଳେ ବିରୋଧୀ ଦଳ ‘ବିଜେଡି’ରୁ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଓ ଉପ-ମୁଖ୍ୟ ସଚେତକ ପ୍ରତାପ କେଶରୀ ଦେବ ଅଂଶଗ୍ରହଣ କରିଥିଲେ । କଂଗ୍ରେସ ପକ୍ଷରୁ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମ ମଧ୍ୟ ବୈଠକରେ ସାମିଲ ହୋଇଥିଲେ ।

ଏହି ବୈଠକରେ ବାଚସ୍ପତି ବିଧାନସଭାକୁ ସୁରୁଖୁରୁରେ ଚଳାଇବା ପାଇଁ ସବୁ ଦଳର ସହଯୋଗ ଲୋଡିଛନ୍ତି । ଅନ୍ୟପଟେ ଆସନ୍ତାକାଲି ଅଧିବେଶନ ପାଇଁ ବ୍ୟାପକ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି । ବିଧାନସଭା ପରିସରରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ରହିବ ।