LatestNews

ବିଧାନସଭାରେ ୧୨ ହଜାର ୧୫୬ କୋଟି ଟଙ୍କାର ଅତିରିକ୍ତ ବଜେଟ୍‌ ଉପସ୍ଥାପିତ

ଭୁବନେଶ୍ବର (ସଂକେତ ଟିଭି): ସପ୍ତଦଶ ବିଧାନସଭାର ଦ୍ବିତୀୟ ଅଧିବେଶନର ପ୍ରଥମ ଦିନରେ ସରକାର ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପ୍ରଥମ ଅତିରିକ୍ତ ବଜେଟ୍ ଉପସ୍ଥାପନ କରିଛନ୍ତି। ରାଜ୍ୟ ସରକାର ଗୃହରେ ୧୨ ହଜାର ୧୫୬ କୋଟି ଟଙ୍କାର ଅତିରିକ୍ତ ବଜେଟ୍‌ ଉପସ୍ଥାପନ କରିଛନ୍ତି। ଏଥିରେ ରତ୍ନଭଣ୍ଡାର ପାଇଁ ୫ କୋଟି, ଭୁବନେଶ୍ବରରେ ପ୍ରବାସୀ ଭାରତୀୟ ଦିବସ ପାଇଁ ୧୨୫ କୋଟି, ସିଏପିଏଫ୍‌ ମୁତୟନ ପାଇଁ ୨୯୯ କୋଟି, ପୋଲିସ ଷ୍ଟେସନ ଓ ଫାଣ୍ଡିରେ ସିସିଟିଭି ପାଇଁ ୫୧ କୋଟି, ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ବିସ୍ତୃତ ସୁବିଧା ପାଇଁ ୨୬ କୋଟି, ଅଗ୍ନିସେବାର ଆଧୁନିକୀକରଣ ଓ ସଂପ୍ରସାରଣ ପାଇଁ ୧୨୦ କୋଟି ବ୍ୟୟ ଅଟକଳ କରାଯାଇଛି।

ସେହିପରି ବନ୍ୟା ନିୟନ୍ତ୍ରଣ ଓ ଡ୍ରେନେଜ୍‌ ପାଇଁ ୬୬ କୋଟି, ମଧୁବାବୁ ପେନ୍‌ସନ ଯୋଜନା ପାଇଁ ୩୩୮ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି। ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ପାଇଁ ୬୪୪ କୋଟି ଟଙ୍କା ବ୍ୟବସ୍ଥା କରାଯାଇଥିବା ବେଳେ ସୁଭଦ୍ରା ପାଇଁ ୧୧୯୬ କୋଟି ଟଙ୍କା ବ୍ୟୟ ବରାଦ ହୋଇଛି।