FeaturedLatestNews

‘ସୁଭଦ୍ରା’ ପ୍ରଥମ କିସ୍ତି ପାଇଁ ମାର୍ଚ୍ଚ ୭ ଯାଏଁ ଆବେଦନ କରିପାରିବେ ହିତାଧିକାରୀ

ଭୁବନେଶ୍ବର (ସଂକେତ ଟିଭି): ‘ସୁଭଦ୍ରା’ ପ୍ରଥମ କିସ୍ତି ପାଇଁ ମହିଳାମାନେ ୨୦୨୫ ମାର୍ଚ୍ଚ ୭ ଆବେଦନ କରିପାରିବେ। ୨୦୨୫ ମାର୍ଚ୍ଚ ୭ ହେଉଛି ଆବେଦନର ଶେଷ ତାରିଖ। ଏ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ଏହା ସହ ମାର୍ଚ୍ଚ ୮ ମହିଳା ଦିବସରେ ଦ୍ବିତୀୟ କିସ୍ତି ସୁଭଦ୍ରା ଟଙ୍କା ମିଳିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି।

ସେ କହିଛନ୍ତି, ଏବେ ଆବେଦନ ଲାଗି ସମୟ ଅଛି। ଏଣୁ ବ୍ୟସ୍ତ ହେବାର କିଛି ନାହିଁ। ତେବେ ୨ ଲକ୍ଷ ୬୭ ହଜାର ଅଯୋଗ୍ୟଙ୍କ ଭିତରୁ ଯେଉଁମାନଙ୍କର ଭୁଲ୍ ହେଇଥିଲା, ସେମାନଙ୍କର ରିଭ୍ୟୁ ଚାଲିଛି। ୨୨ ପ୍ରତିଶତ କାମ ସମାଧାନ ହେଇସାରିଛି, ଏବେ କେବଳ ଭେରିଫିକେସନ୍ ପରେ ସେମାନେ ଟଙ୍କା ପାଇବେ।

ତେବେ ସୁଭଦ୍ରା ଯୋଜନା ପାଇଁ ବ୍ୟାଙ୍କ ସମ୍ମୁଖରେ ବର୍ତ୍ତମାନ ପ୍ରବଳ ଭିଡ଼ ରହୁଛି । ତେବେ ବ୍ୟାଙ୍କରେ ଅଯଥା ଭିଡ଼ ନକରିବାକୁ କହିଛନ୍ତି ଉପମୁଖ୍ୟମନ୍ତ୍ରୀ। ହିତାଧିକାରୀମାନେ ବ୍ୟସ୍ତ ହୁଅନ୍ତୁ ନାହିଁ। ଯାହାର ଆଧାର କାର୍ଡ ସହ ରାସନ୍ କାର୍ଡ ମ୍ୟାଚ୍ ନାହିଁ, ସେମାନେ ବ୍ୟାଙ୍କରେ ଆଧାର ଲିଙ୍କ କଲେ, ସେମାନଙ୍କୁ ସୁଭଦ୍ରା ଟଙ୍କା ମିଳିବ ବୋଲି ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି ।