FeaturedLatestNewsPolitics

ଡିସେମ୍ବର ୨୦ରେ ରାଜ୍ୟସଭା ଉପନିର୍ବାଚନ

ଭୁବନେଶ୍ବର (ସଂକେତ ଟିଭି): ରାଜ୍ୟସଭା ଉପନିର୍ବାଚନ ଡିସେମ୍ବର ୨୦ରେ ଅନୁଷ୍ଠିତ ହେବ । ଏ ନେଇ ୩ ଡିସେମ୍ବରରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ । ଡିସେମ୍ବର ୧୦ ପ୍ରାର୍ଥୀପତ୍ର ଦାଖଲର ଶେଷ ତାରିଖ ରହିଛି। ୧୧ରେ ଯାଞ୍ଚ ଓ ୧୩ରେ ପାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ ଧାର୍ଯ୍ୟ କରାଯାଇଛି। ଏନେଇ ଭାରତର ନିର୍ବାଚନ ଆୟୋଗ ପ୍ରେସ୍‌ ବିଜ୍ଞପ୍ତି ଜାରି କରିଛନ୍ତି।

ବିଜ୍ଞପ୍ତି ଅନୁସାରେ, ଡିସେମ୍ବର ୩ ତାରିଖରେ ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ। ଡିସେମ୍ବର ୧୦ ତାରିଖ ପ୍ରାର୍ଥୀପତ୍ର ଦାଖଲର ଶେଷ ତାରିଖ ହୋଇଥିବାବେଳେ ୧୧ ତାରିଖ ପ୍ରାର୍ଥୀପତ୍ର ଯାଞ୍ଚ ଏବଂ ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବାର ଶେଷ ତାରିଖ ରହିଛି ଡିସେମ୍ବର ୧୩। ଭୋଟ୍‌ ଗ୍ରହଣ ଦିନ ଅର୍ଥାତ୍ ଡିସେମ୍ବର ୨୦ରେ ହିଁ ଭୋଟ୍‌ ଗଣତି ହେବ।

ରାଜ୍ୟସଭା ଉପନିର୍ବାଚନ ଆନ୍ଧ୍ରପ୍ରଦେଶ, ଓଡ଼ିଶା, ପଶ୍ଚିମବଙ୍ଗ ଏବଂ ହରିୟାଣାରେ ଅନୁଷ୍ଠିତ ହେବ। ଓଡ଼ିଶାରେ ଖାଲି ପଡ଼ିଥିବା ଗୋଟିଏ ଆସନ ପାଇଁ ଉପନିର୍ବାଚନ ହେବ। ସୁଜିତ କୁମାରଙ୍କ ଇସ୍ତଫା ପରେ ଗୋଟିଏ ଆସନ ଖାଲି ପଡ଼ିଛି । ସୁଜିତ କୁମାର ସେପ୍ଟେମ୍ବର ୬ରେ ଇସ୍ତଫା ଦେଇଥିଲେ ।