ଭୁବନେଶ୍ୱର ପ୍ରଧାନ ବରଗଡ଼ ଧନୁଯାତ୍ରାର କଂସ ଭୂମିକା ପାଇଁ ମନୋନୀତ
ବରଗଡ (ସଂକେତ ଟିଭି): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାର କଂସ ଭୂମିକା ପାଇଁ ଭୁବନେଶ୍ୱର ପ୍ରଧାନ ମନୋନୀତ ହୋଇଛନ୍ତି। ଚୟନ ପ୍ରକିୟାରେ ସାମିଲ ଥିବା ଆର୍ତ୍ତତ୍ରାଣ ସୁନାନୀ , ଜଗଦାନନ୍ଦ ମିଶ୍ର ଓ ସୁଶୀଲ କୁମାର ମେହେରଙ୍କୁ ପଛରେ ପକାଇ ବରଗଡ଼ ବ୍ଲକ ସର୍ଲା ଗ୍ରାମର ଭୁବନେଶ୍ବର ପ୍ରଧାନ ପ୍ରଥମ ସ୍ଥାନ ଅଧିକାର କରିଥିଲେ । ଆସନ୍ତା ୨୦୨୫ ଜାନୁଆରୀ ୩ରୁ ଆରମ୍ଭ ହେବ। ଦୀର୍ଘ ୧୧ଦିନ ବ୍ୟାପୀ ଏହି ମହୋତ୍ସବ ଜାନୁଆରୀ ୧୩ ପର୍ଯ୍ୟନ୍ତ ଚାଲିବ।
ଭୁବନେଶ୍ୱର ପ୍ରଧାନ ବରଗଡ ଧନୁଯାତ୍ରା ମହୋତ୍ସବରେ ପୂର୍ବରୁ ଅନେକଥର କଂସ ଭୂମିକାରେ ଅଭିନୟ କରି ଦର୍ଶକଙ୍କୁ ମନ ଜିଣି ସାରିଛନ୍ତି। ବରଗଡ଼ ଧନୁଯାତ୍ରା ଦୃଶ୍ୟାଭିନୟରେ ତାଙ୍କର ଅନେକ ଅଭିଜ୍ଞତା ରହିଛି। ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗତବର୍ଷ କଂସ ଅଭିନୟ କରିଥିବା ହୃଷୀକେଶ ଭୋଇ ମହାପ୍ରୟାଣ ଗାଡ଼ିରେ ଶବ ପରିବହନ ବାବଦକୁ ମୃତକଙ୍କ ପରିବାରଠାରୁ ଲାଞ୍ଚ ନେବା ଅଭିଯୋଗରେ ବିବାଦୀୟ ହୋଇ ପଡ଼ିଥିଲେ। ଏହି ଘଟଣାରେ ତାଙ୍କୁ ବିଦା ହେବାକୁ ପଡ଼ିଥିଲା ଏବଂ ନୂତନ କଂସ ଚୟନର ଆବଶ୍ୟକତା ପଡ଼ିଥିଲା। ଧନୁଯାତ୍ରା ମହୋତ୍ସବ ସମିତିର ନିଷ୍ପତ୍ତି କ୍ରମେ ଉକ୍ତ ଚୟନ ପ୍ରକ୍ରିୟାରେ ୪ଜଣ କଂସ କଳାକାର ଅଂଶଗ୍ରହଣ କରିଥିଲେ।