୫ରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଘୂର୍ଣ୍ଣିବଳୟ
ଭୁବନେଶ୍ୱର (ସଂକେତ ଟିଭି): ୫ ତାରିଖରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ଆଶଙ୍କା ରହିଛି । ହେଲେ ଏହାର ପ୍ରଭାବ ଓଡିଶା ଉପରେ ପଡିବ ନାହିଁ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି ।
ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି, ଆସନ୍ତା ୫ ତାରିଖରେ ସୁମାତ୍ରା ନିକଟରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ଘନୀଭୂତ ହେବ। ଏହା ଶ୍ରୀଲଙ୍କା କିମ୍ବା ଦକ୍ଷିଣ ତାମିଲନାଡ଼ୁକୁ ମୁହାଁଇବ। ତେବେ ଓଡ଼ିଶାରେ ଏହାର ସିଧା ପ୍ରଭାବ ପଡ଼ିବ ନାହିଁ।
ଅନ୍ୟପଟେ ଦକ୍ଷିଣ ଆଭ୍ୟନ୍ତରୀଣରେ ଆସନ୍ତା ୪ରୁ ୬ ତାରିଖ ମଧ୍ୟରେ ସର୍ବନିମ୍ନ ତାପମାତ୍ରା ପ୍ରାୟ ୪ ଡିଗ୍ରୀ କମିବା ହେତୁ ଶୀତ ବଢ଼ିବ। ୭ରୁ ୯ତାରିଖ ମଧ୍ୟରେ ପୁଣି ତାପମାତ୍ରା ୪ ଡିଗ୍ରୀ ବୃଦ୍ଧି ପାଇବ। ଉତ୍ତର ଉପକୂଳ ଓ ଆଭ୍ୟନ୍ତରୀଣରେ ୪ରୁ ୬ତାରିଖ ମଧ୍ୟରେ ସର୍ବନିମ୍ନ ତାପମାତ୍ରା ୪ରୁ ୬ ଡିଗ୍ରୀ କମିବା ହେତୁ ଶୀତ ବଢ଼ିବ। ୯ରେ ମେଘୁଆ ଓ କୁହୂଡ଼ି ହୋଇପାରେ। ଦକ୍ଷିଣ ଉପକୂଳରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ତାପମାତ୍ରା ଅପରିବର୍ତ୍ତିତ ରହିବ। ୨ରେ ମେଘୁଆ ଓ ୫-୭ ମଧ୍ୟରେ କୁହୁଡ଼ି ହୋଇପାରେ ବୋଲି ପଶୁପାଳକ କହିଛନ୍ତି।