BusinessFeaturedLatestNews

ରାଜ୍ୟର ୫ ଅଳଙ୍କାର ଦୋକାନରେ ବିକ୍ରି ହେଉଥିଲା ନକଲି ସୁନା

ଭୁବନେଶ୍ବର (ସଂକେତ ଟିଭି): ରାଜ୍ୟର ୫ ଅଳଙ୍କାର ଦୋକାନରେ ନକଲି ସୁନା ବିକ୍ରି ହେଉଥିଲା। ସେହି ଦୋକାନ ଗୁଡିକ ହେଲା ଜଗତସିଂହପୁର ଜିଲ୍ଲା କୁଜଙ୍ଗର ରାଜଶ୍ରୀ ଜୁଏଲର୍ସ, ପୁରୀର ସୁନା ଏବଂ ଚାନ୍ଦି, ସମ୍ବଲପୁରର ଅଳଙ୍କାର ଜୁଏଲର୍ସ ଏବଂ ବରଗଡ଼ର ରାଧାକାନ୍ତ ଜୁଏଲର । ସେମାନଙ୍କ ଲାଇସେନ୍ସ ବାତିଲ କରାଯାଇଛି । ନକଲି ହଲମାର୍କ ପାଇଁ ଅମ୍ବିକା ଜୁଏଲର୍ସ ବିରୁଦ୍ଧରେ କୁଚିଣ୍ଡା କୋର୍ଟରେ ମାମଲା ପଞ୍ଜିକୃତ ହୋଇଛି । ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ବିଧାନସଭାରେ ଲିଖିତ ଉତ୍ତରରେ ଏହି ସୂଚନା ଦେଇଛନ୍ତି ।

୨୦୨୨-୨୩ରେ ମାପକରେ ତ୍ରୁଟି ଯୋଗୁ ୬ଟି ମାମଲା ରୁଜୁ କରାଯାଇ ୨୩୫୦୦ ଟଙ୍କା ଜରିମାନା ଆଦାୟ ହୋଇଛି । ସେହିପରି ୨୦୨୩-୨୪ରେ ୬ଟି ମାମଲା ରୁଜୁ କରାଯାଇ ୧ ଲକ୍ଷ ୫୫ ହଜାର ଜରିମାନା ଆଦାୟ ହୋଇଛି । ୨୦୨୪-୨୫ରେ ନଭେମ୍ବର ସୁଦ୍ଧା ୪ଟି ମାମଲା ସହ ୪୮ ହଜାର ଜରିମାନା ଆଦାୟ ହୋଇଛି ।