ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା
ଭୁବନେଶ୍ବର (ସଂକେତ ଟିଭି): ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି । ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି । ବିମାନବନ୍ଦରରେ ପହଞ୍ଚିବା ପରେ ସିଧା ପୁରୀ ଯାଇ ହିମନ୍ତ ବିଶ୍ବଶର୍ମା ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି ।
ଏହି ଅବସରରେ ସେ କହିଛନ୍ତି,ଓଡ଼ିଶାରେ ବିଜେଡି ଇତିହାସ ସରି ସରି ଆସୁଛି। ବିଜେପି ଆଗାମୀ ୫୦ ବର୍ଷ ଯାଏ ରାଜ୍ୟରେ ରାଜ୍ କରିବ, ଏଥିରେ କୌଣସି ସନ୍ଦେହ ନାହିଁ।
ସେ ଭୁବନେଶ୍ୱର ଫେରିଆସି କଳିଙ୍ଗ ଷ୍ଟାଡିୟମ ବ୍ୟାଡ଼ମିଣ୍ଟନ ହାଇ ପରଫରମାନ୍ସ ସେଣ୍ଟର ଉଦଘାଟନ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି । ବ୍ୟାଡ଼ମିଣ୍ଟନ ଆସୋସିଏସନ୍ ଅଫ୍ ଇଣ୍ଡିଆର ସଭାପତି ଭାବରେ ହିମନ୍ତ ବିଶ୍ୱଶର୍ମା ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି । ହିମନ୍ତ ବିଶ୍ୱଶର୍ମା ଗୁରୁବାର ଏକ ଘରୋଇ ହୋଟେଲରେ ରାତ୍ରି ଯାପନ କରି ଶୁକ୍ରବାର ଆସାମ ଫେରିଯିବେ ।