ଆସନ୍ତା ଦୁଇରୁ ତିନିଦିନ ମଧ୍ୟରେ ଆହୁରି ବଢିବ ଶୀତ
ଭୁବନେଶ୍ୱର (ସଂକେତ ଟିଭି): ଆସନ୍ତା ଦୁଇରୁ ତିନିଦିନ ମଧ୍ୟରେ ଦିନର ତାପମାତ୍ରା ଦୁଇ ଡିଗ୍ରୀ ପର୍ୟ୍ୟନ୍ତ କମିବ । ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ପୂର୍ବାନୁମାନ କରାଯାଇଛି। ବିଶେଷ କରି ଆଭ୍ୟନ୍ତରୀଣ ଓଡିଶାରେ ଜାଡ ସହ ଘନ କୁହୁଡ଼ି ନେଇ ସତର୍କତା ଜାରି କରାଯାଇଛି। ରାଜ୍ୟରେ ବର୍ତ୍ତମାନ କୌଣସି ପାଣିପାଗ ନିୟାମକ ସକ୍ରିୟ ନ ଥିବା ବେଳେ ଆଗାମୀ ୫ ଦିନ ଯାଏଁ ପାଗ ମୁଖ୍ୟତ ଶୁଖିଲା ରହିବ। ଆଗାମୀ ୪ରୁ ୫ ଦିନ ଯାଏ ସର୍ବନିମ୍ନ ତାପମାତ୍ରାରେ ପରିବର୍ତ୍ତନର କୌଣସି ସମ୍ଭାବନା ନାହିଁ ।
ଦିନ ତାପମାତ୍ରା ୨ ରୁ ୩ ଡିଗ୍ରୀ କମିବାର ସମ୍ଭାବନା ରହିଥିବା ବେଳେ ରାତି ତାପମାତ୍ରା ରେ କୌଣସି ପରିବର୍ତ୍ତନ ଦେଖା ଯିବ ନାହିଁ ବୋଲି ବିଭାଗ ଆକଳନ କରିଛି। ତେଣୁ ରାଜ୍ୟରେ ଶୀତର ପ୍ରକୋପ ସ୍ୱାଭାବିକ ରହିବ। ଆସନ୍ତା ୨୪ ଘଣ୍ଟାରେ ପାଗ ଶୁଖିଲା ରହିବା ସହ ଝାରସୁଗୁଡା, ଗଞ୍ଜାମ, କୋରାପୁଟ, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ ଓ ସମ୍ବଲପୁରରେ ହାଲୁକରୁ ମାଧ୍ୟମ ଧରଣର କୁହୁଡି ଅନୁଭୂତ ହେବ। କେବଳ ସୁନ୍ଦରଗଡରେ ଘନ କୁହୁଡି ପାଇଁ ୟେଲୋ ଓ୍ବାର୍ଣ୍ଣିଙ୍ଗ ଜାରି କରାଯାଇଛି ।