FeaturedLatestNews

ଲଘୁଚାପ ପ୍ରଭାବରେ ଉପକୂଳ ଓଡ଼ିଶାରେ ବର୍ଷାର ସମ୍ଭାବନା

ଭୁବନେଶ୍ବର (ସଂକେତ ଟିଭି): ବଙ୍ଗୋପସାଗରରେ ସକ୍ରିୟ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ଆଗାମୀ ୧୨ ଘଣ୍ଟାରେ ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେବା ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନା ଅନୁସାରେ, ଗୁରୁବାରର ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ସାମାନ୍ୟ ଉତ୍ତର ଆଡ଼କୁ ଗତି କରିଛି। ଏହା ଆଜି ପଶ୍ଚିମ-କେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ ଦକ୍ଷିଣ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ରହିଛି। ଏହା ଆହୁରି ଅଧିକ ଘନୀଭୂତ ହୋଇ ୧୨ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ଜାରି ରହିଛି। ଆସନ୍ତାକାଲି ଯାଏଁ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଦକ୍ଷିଣ ଓଡ଼ିଶା ସମେତ ଉପକୂଳ ଓଡ଼ିଶାରେ ବର୍ଷାର ସମ୍ଭାବନା ରହିଛି।