FeaturedLatestNews

ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ

ଭୁବନେଶ୍ବର (ସଂକେତ ଟିଭି): ପୂର୍ବତନ ବିଜେଡି ବିଧାୟକ ବିଜୟ ମହାନ୍ତିଙ୍କ ରବିବାର ପରଲୋକ ଘଟିଛି। ଦେହାନ୍ତ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା। କିଛି ଦିନ ହେବ ସେ ହୃଦରୋଗ ଯୋଗୁ ଅସୁସ୍ଥ ଥିଲେ। ତାଙ୍କୁ ପରିବାର ଲୋକେ କ୍ୟାପିଟାଲ ହସ୍ପିଟାଲ ନେଇଥିଲେ। ସେଠାରେ ହସ୍ପିଟାଲ କର୍ତ୍ତୃପକ୍ଷ ତାଙ୍କୁ ମୃତ ଘୋଷଣା କରିଛନ୍ତି।

ବିଜେଡି ଟିକେଟ୍‌ରେ ଦୁଇଥର ବିଧାୟକ ନିର୍ବାଚିତ ହୋଇଥିଲେ ବିଜୟ ମହାନ୍ତି । ବିଜୟ ଭୁବନେଶ୍ବର (ମଧ୍ୟ)ରୁ ୨୦୦୯ ଓ ୨୦୧୪ରେ ନିର୍ବାଚନ ଲଢ଼ି ବିଜୟୀ ହୋଇଥିଲେ । ୧୯୮୨ରେ ଥିଲେ ଭୁବନେଶ୍ବର ଛାତ୍ର ଜନତା ଦଳର ସମ୍ପାଦକ । ୧୯୮୮ରୁ ୧୯୯୨ ପର୍ଯ୍ୟନ୍ତ ଥିଲେ ଭୁବନେଶ୍ବର ବିଜେଡି ସଭାପତି । ସେହିପରି ୧୯୯୨ରୁ ୧୯୯୮ ପର୍ଯ୍ୟନ୍ତ ଥିଲେ ବିଜେଡି ରାଜ୍ଯ ସମ୍ପାଦକ । ୧୯୯୮ରୁ ୨୦୦୦ ଥିଲେ ବିଜୁ ଯୁବ ଜନତା ଦଳର ସାଧାରଣ ସମ୍ପାଦକ । ୨୦୦୨ରୁ ୨୦୦୭ ପର୍ଯ୍ୟନ୍ତ ଥିଲେ ଓଡିଶା ଯୁବ ପରିଷଦର ସଭାପତି । ଏହାସହ ବିଧାୟକ ଥିବା ବେଳେ ବିଭିନ୍ନ କମିଟିର ସଦସ୍ଯ ଥିଲେ ।