କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ ସ୍ଥଗିତ
ଭୁବନେଶ୍ବର (ସଂକେତ ଟିଭି): କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ ସ୍ଥଗିତ ହୋଇଛି । ଶନିବାର ଦିନ ଅମିତ ଶାହ ଦୁଇଦିନିଆ ଭୁବନେଶ୍ବର ଆସିଥାଆନ୍ତେ । ହେଲେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ବିୟୋଗରେ ୭ ଦିନିଆ ରାଷ୍ଟ୍ରୀୟ ଶୋକ ପାଇଁ ଶାହଙ୍କ ଗସ୍ତ ସ୍ଥଗିତ ହୋଇଥିବା ଜଣାପଡ଼ିଛି ।
ସୂଚନା ଅନୁସାରେ, କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ୨୮ ତାରିଖ ସନ୍ଧ୍ୟାରେ ଭୁବନେଶ୍ବର ଗସ୍ତରେ ଆସିଥାଆନ୍ତେ । ୨୯ ତାରିଖ ସକାଳେ ଭୁବନେଶ୍ଵରରେ ରହି ଦିଲ୍ଲୀ ରାଷ୍ଟ୍ରୀୟ ବିଜେପି କାର୍ଯ୍ୟାଳୟରେ ହେବାକୁ ଥିବା ବୈଠକରେ ସାମିଲ ହୋଇଥାଆନ୍ତେ । ଭିସି ମାଧ୍ୟମରେ ଅମିତ ଶାହ ବୈଠକରେ ଯୋଗଦେବାର କାର୍ଯ୍ୟକ୍ରମ ଥିଲା । ସେହି ବୈଠକରେ ସବୁ ରାଜ୍ୟର ସଭାପତି, ସଙ୍ଗଠନ ମହାମନ୍ତ୍ରୀ, ପ୍ରଭାରୀ, ସହ-ପ୍ରଭାରୀ ଓ ରାଷ୍ଟ୍ରୀୟ ପଦାଧିକାରୀ ମାନେ ଉପସ୍ଥିତ ରହିବେ ବୋଲି ଜଣାପଡ଼ିଥିଲା । ଏହାପରେ ୨୯ ତାରିଖ ସନ୍ଧ୍ୟାରେ ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଥିଲା ।