FeaturedLatestNews

ଆସନ୍ତା ୩୦ ତାରିଖ ସୁଦ୍ଧା ହେବ ଫସଲ କ୍ଷୟକ୍ଷତି ଆକଳନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ସଂକେତ ଟିଭି): ଫସଲ କ୍ଷତି ନେଇ ଏକ ସମୀକ୍ଷା ବୈଠକ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ୩୦ ତାରିଖ ମଧ୍ୟରେ ମଧ୍ୟରେ ଫସଲ କ୍ଷତି ଆକଳନ କରାଯିବ। ଡିବିଟି ଜରିଆରେ ଚାଷୀଙ୍କୁ ଫସଲ କ୍ଷତିପୂରଣ ପ୍ରଦାନ କରାଯିବ। ବୀମା କରିଥିବା ଚାଷୀ ଓ କରି ନଥିବା ଚାଷୀ କ୍ଷତିପୂରଣ ପାଇବେ। ବର୍ତ୍ତମାନ ସୁଦ୍ଧା ୧ ଲକ୍ଷ ୨୬ ହଜାର ଚାଷୀ ଆବେଦନ କରିଛନ୍ତି । କାଲି ସୁଦ୍ଧା ଅନ୍ୟ ଚାଷୀମାନେ ଆବେଦନ କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି । ଏଥିସହିତ ଟୋଲ୍‌ ଫ୍ରି ନଂ ୧୪୪୪୭ରେ ଆବେଦନ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ଗତ ୨୦ ରୁ ୨୮ ତାରିଖ ମଧ୍ୟରେ ଅଦିନିଆ ବର୍ଷା ଓ ଦ୍ୱିତୀୟ ଫେଜ ବର୍ଷା ଯୋଗୁଁ କ୍ଷୟକ୍ଷତି ହୋଇଛି ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି। ଏହି ବୈଠକରେ ଉପ ମୁଖ୍ୟମନ୍ତ୍ରୀ କେଭି ସିଂ ଦେଓ, ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ସମବାୟ ମନ୍ତ୍ରୀ ଓ ଯୋଗାଣ ମନ୍ତ୍ରୀ କୃଷ୍ଣପାତ୍ର, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ସହ ସମୃକ୍ତ ବିଭାଗୀୟ ମନ୍ତ୍ରୀ ସାମିଲ ହୋଇଥିଲେ।