FeaturedLatestNewsPolitics

୪ ଜିଲା ଗସ୍ତ କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

ଭୁବନେଶ୍ୱର(ସଂକେତ ଟିଭି): ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ୪ ଜିଲା ଗସ୍ତ କରିବେ । ନବୀନ ପୁରୀ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଗସ୍ତ କରିବେ । ଏହି ଗସ୍ତ ସମୟରେ ସେ କ୍ଷତିଗ୍ରସ୍ତ ଚାଷ ଜମି ବୁଲି ଦେଖିବାର କାର୍ଯ୍ୟକ୍ରମ ରହିଛି।

ଅଦିନିଆ ବର୍ଷାରେ ଚାଷ ଉଜୁଡ଼ିବା ଓ ଚାଷୀ ମୃତ୍ୟୁ ଘଟଣା ଏବେ ବେଶ୍ ଚର୍ଚ୍ଚାରେ ରହିଛି । ଶନିବାର ବରିଷ୍ଠ ବିଜେଡ଼ି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ପ୍ରତିକ୍ରିୟା ରଖି କହିଥିଲେ ଯେ, ମୁଖ୍ୟମନ୍ତ୍ରୀ ସର୍ବଦଳୀୟ ବୈଠକ ଡାକନ୍ତୁ। ଚାଷୀ ସଂଗଠନ ସହ ଆଲୋଚନା କରି ଚାଷୀକୁଳକୁ ଉଦ୍ଧାର କରନ୍ତୁ। ଧାନ ଠିକ ଭାବେ ନ ଉଠିବାରୁ ଅଭାବୀ ବିକ୍ରି ହେଲା। ‘ବର୍ଷା ପାଇଁ ଧାନ ରଙ୍ଗ ବଦଳିଲା, ଚାଷୀ ହଇରାଣ ହେଉଛି। ସରକାର ସେ ଧାନ ଉଠାଇବେ ନା ନାହିଁ ସ୍ପଷ୍ଟ କରନ୍ତୁ ।

ଫସଲ କ୍ଷତି ନେଇ ଶନିବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏକ ବଡ଼ ଘୋଷଣା କରାଯାଇଥିଲା। ମୁଖ୍ୟମନ୍ତ୍ରୀ କହିଥିଲେ, ଆସନ୍ତା ୩୦ ତାରିଖ ସୁଦ୍ଧା ଫସଲ କ୍ଷୟକ୍ଷତି ଆକଳନ କରାଯିବ। ଡିବିଟି ଜରିଆରେ ଚାଷୀଙ୍କୁ ଫସଲ କ୍ଷତିପୂରଣ ପ୍ରଦାନ କରାଯିବ। ବୀମା କରିଥିବା ଚାଷୀ ଓ କରି ନ ଥିବା ଚାଷୀମାନେ ଏହି କ୍ଷତିପୂରଣ ପାଇବେ।